www.samajalive.in
Monday, December 8, 2025
14.1 C
Bhubaneswar

ବାରବାଟୀରେ ଫେବୃଆରୀ ୧୫ରେ ଭାରତ-ଇଣ୍ଡିଜ୍‌ ଟି-୨୦

କଟକ :  ୨୦୨୧-୨୦୨୨ ଘରୋଇ କ୍ରିକେଟ୍‌ ଋତୁ ଲାଗି ବିସିସିଆଇ ଆନ୍ତର୍ଜାତିକ ଖେଳସୂଚୀ ପ୍ରସ୍ତୁତ କରିଛି। ଏହା ଅନୁସାରେ ୪ଟି ଦଳ- ନ୍ୟୁଜିଲାଣ୍ଡ, ୱେଷ୍ଟଇଣ୍ଡିଜ୍, ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା ଭାରତ ଗସ୍ତରେ ଆସିବେ। ଏହି ୪ଟି ଗସ୍ତ ପାଇଁ ବିସିସିଆଇ ଖେଳସୂଚୀ ପ୍ରସ୍ତୁତ କରିଛି। ପୂରା ଖେଳସୂଚୀ ସହ କେଉଁଦିନ କେଉଁ ମ୍ୟାଚ୍‌ କେଉଁ ସହରରେ ଖେଳାଯିବ; ବିସିସିଆଇ ତାହାର ନିଷ୍ପତ୍ତି ନେଇସାରିଛି ବୋଲି ବୋର୍ଡ ମଧ୍ୟସ୍ଥ ଏକ ସୂତ୍ରରୁ ପ୍ରକାଶ। ତେବେ ବିସିସିଆଇ ଏହି ଖେଳସୂଚୀକୁ ଔପଚାରିକ ଭାବେ ଘୋଷଣା କରିନାହିଁ। ବିସିସିଆଇ ଖେଳସୂଚୀ ପ୍ରସ୍ତୁତକରି ୪ଟି ପ୍ରତିଯୋଗୀ ଦେଶ- ନ୍ୟୁଜିଲାଣ୍ଡ, ୱେଷ୍ଟଇଣ୍ଡିଜ୍, ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ବୋର୍ଡକୁ ଅନୁମୋଦନ ପାଇଁ ପଠାଇ ଦେଇଛି। ସମସ୍ତ ବୋର୍ଡ ଏହି ଖେଳସୂଚୀକୁ ଅନୁମୋଦନ କଲେ; ଏହାକୁ ବିଧିବଦ୍ଧ ଭାବେ ବିସିସିଆଇ ଘୋଷଣା କରିବ। ସୋମବାର ଦୁବାଇରେ ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ ଥିବାରୁ ଏଥିରେ ମଧ୍ୟ ଖେଳସୂଚୀ ଉପରେ ଚୂଡ଼ାନ୍ତ ମୋହର ଲାଗିପାରେ। ତେବେ ପ୍ରସ୍ତୁତ ହୋଇଥିବା ଖେଳସୂଚୀ ଅନୁସାରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ୨୦୨୨ ଫେବୃଆରୀ ୧୫ରେ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ୍‌ର ଶୃଙ୍ଖଳାର ପ୍ରଥମ ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳାଯିବ।
ଏହି ଖେଳସୂଚୀକୁ ବିସିସିଆଇ ଅନୁମୋଦନ କଲେ ଓଡ଼ିଶା କ୍ରିକେଟ୍‌ପ୍ରେମୀଙ୍କ ପାଇଁ ଏହା ଏକ ଖୁସିର ଖବର ହେବ। ୨୦୧୯ ଡିସେମ୍ବର ୨୨ରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଶେଷଥର ଆନ୍ତର୍ଜାତିକ ମ୍ୟାଚ୍‌ ଖେଳା ଯାଇଥିଲା। ୱେଷ୍ଟଇଣ୍ଡିଜ୍‌କୁ ଦିନିକିଆ ମ୍ୟାଚ୍‌ରେ ଭାରତ ପରାସ୍ତ କରିଥିଲା। ପୁଣି ବାରବାଟୀରେ ୨ଟି ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳା ଯାଇଥିବା ବେଳେ ଫେବୃଆରୀ ୧୫ରେ ଭାରତ-ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଏଠାରେ ୩ୟ ଟ୍ବେଣ୍ଟି୨୦ ମ୍ୟାଚ୍‌ ହେବ। ବାରବାଟୀରେ ଅଦ୍ୟାବଧି ୨୧ଟି ଟେଷ୍ଟମ୍ୟାଚ୍‌ ଓ ୨ଟି ଟେଷ୍ଟମ୍ୟାଚ୍‌ ମଧ୍ୟ ଖେଳାଯାଇଛି। ଏଠାରେ ୭ଟି ଆଇପିଏଲ୍‌ ମ୍ୟାଚ୍‌ ମଧ୍ୟ ଖେଳାଯାଇଛି। ୨୦୨୨ ଆଇପିଏଲ୍‌ ପାଇଁ ବିସିସିଆଇ କଟକର ବାରବାଟୀ ଷ୍ଟାଡିୟମ୍‌କୁ ଅନ୍ୟତମ ଆୟୋଜକ ସହର ଭାବେ ତାଲିକାରେ ରଖିଛି।
ୟୁଏଇରେ ​‌େ‌ଟ୍ବଣ୍ଟି୨୦ ବିଶ୍ବକପ୍‌ ପରେ ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଦଳ ଭାରତ ଆସି ନଭେମ୍ବର ୧୭ରୁ ଡିସେମ୍ବର ୭ ମଧ୍ୟରେ ୩ଟି ଟ୍ବେଣ୍ଟି୨୦ ଓ ୨ଟି ଟେଷ୍ଟମ୍ୟାଚ୍‌ ଖେଳିବ। ପରେ ଭାରତୀୟ ଦଳ ଜାନୁଆରୀରେ ଦକ୍ଷିଣ ଅାଫ୍ରିକା ଗସ୍ତରେ ଯାଇ ୪ଟି ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳିବ। ପରେ ଘରୋଇମାଟିରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତ ଫେବୃଆରୀରେ ୩ଟି ଲେଖାଏଁ ଦିନିକିଆ ଓ ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳିବ। ଏହି ଗସ୍ତରେ ଟ୍ବେଣ୍ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଫେବୃଆରୀ ୧୫ରେ ଖେଳାଯିବ। ଫେବୃୟାରୀ-ମାର୍ଚ୍ଚରେ ଶ୍ରୀଲଙ୍କା ଦଳ ଭାରତ ଗସ୍ତରେ ଆସି ୨ଟି ଟେଷ୍ଟ ଓ ୩ଟି ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳିବ। ଜୁନ୍‌ରେ ଦକ୍ଷିଣ ଆଫ୍ରିକା ଦଳ ଭାରତ ଗସ୍ତରେ ଆସି ୫ଟି ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories