www.samajalive.in
Monday, December 15, 2025
17.1 C
Bhubaneswar

୨୬ରୁ ପ୍ରବଳ ବର୍ଷା

ଭୁବନେଶ୍ବର : ସେ‌େ‌ପ୍ଟମ୍ବର ମାସ ଶେଷ ସପ୍ତାହ ରାଜ୍ୟ ପାଇଁ ଆହୁରି ଅଧିକ ବର୍ଷା ଆଣିବ। ଆସନ୍ତା ୨୫ ତାରିଖରୁ ପୂର୍ବ କେନ୍ଦ୍ରୀୟ ଓ ଏହାର ନିକଟବର୍ତ୍ତୀ ବଙ୍ଗୋପସାଗରରେ ଏକ ଘର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହା ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୨୬ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଓଡ଼ିଶା ଉପରେ ସକ୍ରିୟ ଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ବାକି ଜିଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। କଳାହାଣ୍ଡି, ଗଞ୍ଜାମ, ବାଲେଶ୍ବର ଓ ସମ୍ବଲପୁର ଜିଲାରେ ମଧ୍ୟ ବର୍ଷା  ହୋଇଛି। ଭବାନୀପାଟଣାରେ ସର୍ବାଧିକ ୮ ସେମି ବର୍ଷା ରେକର୍ଡ଼ କରାଯାଇଛି। ପୁରୁଷୋତ୍ତମପୁର (ଗଞ୍ଜାମ), ଜୟପୁର(ବାଲେଶ୍ବର), ରେଢାଖୋଲ (ସମ୍ବଲପୁର)ରେ ୭ ସେମି ବର୍ଷା ରେକର୍ଡ଼ କରାଯାଇଛି। ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ ଏହି ସବୁ ଜିଲାଗୁଡ଼ିକୁ ହଳଦିଆ ସତର୍କତା ଜାରି କରାଯାଇଛି। ସେହିପରି ଘର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ପବନର ବେଗ ୪୦-୫୦ କିମି ରହିପାରେ। ସ୍ଥଳବିଶେଷରେ ଏହା ଘଣ୍ଟାକୁ ୬୦ କିମି ହୋଇପାରେ। ତେଣୁ ଆସନ୍ତା ୨୪ ଘଣ୍ଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories