www.samajalive.in
Tuesday, December 9, 2025
26.1 C
Bhubaneswar

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ବଣ୍ଟନ

ଆଠଗଡ : ଆଠଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡିଶା ଜୀବିକା ମିଶନ ପକ୍ଷରୁ ମହିଳା ସ୍ୱୟଂସହାୟକ ଗୋଷ୍ଠୀଙ୍କୁ ଋଣ ବଣ୍ଟନ, ନୂତନ ହିତାଧିକାରୀଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଏବଂ ଜ୍ଞାନବନ୍ଧୁମାନଙ୍କୁ ଶିକ୍ଷା ଉପକରଣ ବଣ୍ଟନ କରାଯାଇଛି। ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଆତ୍ମାର ସଭାପତି ରବିନ୍ଦ୍ର ନାଥ ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ (ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ) ଯୋଗଦେଇ ରାଜ୍ୟସରକାର ଗରିବ କଲ୍ୟାଣ ଯୋଜନା ମାଧ୍ୟମରେ ରାଜ୍ୟର ଗରିବମାନଙ୍କ ଆର୍ôଥକ ବିକାଶ ଲାଗି ପ୍ରତିବଦ୍ଧ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ସେ ୪୦୮ ନୂତନ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ଭତ୍ତାବଣ୍ଟନ ସହିତ ଗୋବରା ଓ କୁଲାଇଲୋ ପଞ୍ଚାୟତର ୬୦ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୫୦ହଜାର ଟଙ୍କା ଲେଖାଏଁ ୧% ସୁଧ ହାରରେ ୩୦ଲକ୍ଷ ଟଙ୍କାର ଋଣ ବଣ୍ଟନ କରିଥିଲେ। ଏଥି ସହିତ ୧୫ଜଣ ଯୁବକ ଯୁବତୀଙ୍କୁ ଜ୍ଞାନବନ୍ଧୁ ଯୋଜନାରେ ଶିକ୍ଷା ଉପକରଣ ମଧ୍ୟ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ନୃସିଂହଚରଣ ସଭ୍ୟ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୁନିଲ ପରିଡା ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରୁଣ କୁମାର ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଆଠଗଡ ବ୍ଲକର ସମସ୍ତ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ଯୋଗଦାନ କରିଥିଲେ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories