www.samajalive.in
Saturday, December 6, 2025
17.1 C
Bhubaneswar

ଭୁଶୁଡ଼ିଲା ସ୍କୁଲ୍‌ ଛାତ: ୨୭ ଛାତ୍ରଛାତ୍ରୀ ଓ ୩ ଶ୍ରମିକ ଆହତ

ଗନ୍ନୌର: ହରିୟାଣାର ସୋନିପତ ଜିଲାର ଗନ୍ନୌର ସ୍ଥିତ ଜୀଭାନନ୍ଦ ପବ୍ଲିକ୍‌ ସ୍କୁଲରେ ଗୁରୁବାର ଏକ ଅଘଟଣ ଘଟିଛି। ସ୍କୁଲ୍‌ ଛାତ ଭୁଶୁଡି ୨୭ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏଥିସହ ଛାତରେ ମାଟି ପକାଇବା କାମରେ ନିୟୋଜିତ ୩ ଜଣ ଶ୍ରମିକ ମଧ୍ୟ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ୭ ଜଣ ଛାତ୍ରଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ପିଜିଆଇ ରୋହତକକୁ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଜିଭାନନ୍ଦ ମଡେଲ୍ ପବ୍ଲିକ୍ ସ୍କୁଲର ଛାତ ମରାମତି କାମ ଚାଲୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ୨୭ ଜଣ ଛାତ୍ରଛାତ୍ରୀ ଆହତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଏହି ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories