www.samajalive.in
Sunday, December 7, 2025
15.1 C
Bhubaneswar

ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କାର୍ଯ୍ୟରତ ସାମ୍ବାଦିକ କଲ୍ୟାଣ ପାଣ୍ଠି ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡ) ପକ୍ଷରୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ଗତକାଲି ମୁଣ୍ଡଳିରେ ଫସିଥିବା ଦନ୍ତାହାତୀକୁ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫଙ୍କ ବୋଟରେ ଓଟିଭର ଦୁଇ ପ୍ରତିନିଧି ଥିଲେ। ବୋଟ୍‍ ଟି ଓଲଟି ପଡିବା ଯୋଗୁଁ ଭାସିଯାଇଥିଲେ ଅରିନ୍ଦମ ଦାସ। ଦୁର୍ଭାଗ୍ୟବଶତଃ ଅରିନ୍ଦମଙ୍କ ଅକାଳ ବିଯୋଗ ଘଟିଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories