www.samajalive.in
Saturday, December 13, 2025
21.1 C
Bhubaneswar

ମିଳିଲା ଓଡ୍ରାଫ କର୍ମଚାରୀ ସୀତାରାମ ମୁର୍ମୁଙ୍କ ମୃତଦେହ:

ଭୁବନେଶ୍ବର: ମହାନଦୀକୁ ହାତୀ ଉଦ୍ଧାର କରିବାକୁ ଯାଇ ବୋଟ ବୁଡିବା ଘଟଣାରେ ନିଖୋଜ ଓଡ୍ରାଫ କର୍ମଚାରୀଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି। ଆଜି ଓଡ୍ରାଫ କର୍ମଚାରୀ ସୀତାରାମ ମୁର୍ମୁଙ୍କ  ମୃତଦେହକୁ କଖଡି ମହାଳପଡାରୁ ଉଦ୍ଧାର କରାଯାଇଛି । ସୀତାରାମଙ୍କ ଘର ମୟୂରଭଞ୍ଜ ଜିଲରେ ହୋଇଥିବାବେଳେ ସେ କଟକ ଚାଉଳିଆଗଞ୍ଜରେ ରହୁଥିଲେ। ସୀତାରାମ ତାଙ୍କ ସ୍ତ୍ରୀ, ୧୨ ବର୍ଷର ପୁଅ ଓ ୪ ବର୍ଷର ଝିଅଙ୍କୁ ଛାଡ଼ି ଚାଲି ଯାଇଛନ୍ତି।  ଓଡ୍ରାଫର ଜଣେ ଦକ୍ଷ ବୁଡାଳି ଭାବେ ପରିଚିତ ସୀତାରାମ ମୁର୍ମୁଙ୍କ ପାଣିରେ ବୁଡି ମୃତ୍ୟୁ ଘଟଣାରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି।

 

- Advertisement -

ଆଜି ସକାଳୁ ପ୍ରଥମେ ଗୋଟିଏ ମୃତଦେହ ଉଦ୍ଧାର କରାଯାଇଥିଲା। ତାକୁ ସୀତାରାମଙ୍କ ମୃତଦେହ ବୋଲି ଅନୁମାନ କରାଯାଉଥିଲା । ହେଲେ ପରେ ପରିବାର ଲୋକେ ସେହି ମୃତଦେହକୁ ଚିହ୍ନଟ କରିପାରିନଥିଲେ।  ଗତକାଲି ମହାନଦୀରେ ଫସିଥିବା ଦନ୍ତା ହାତୀକୁ ଉଦ୍ଧାର କରିବା ପାଇଁ ଏକ ରବର ବୋଟରେ ଯାଇଥିଲେ ଓଡ୍ରାଫ କର୍ମଚାରୀଙ୍କ ସହ ଦୁଇଜଣ ଗଣମାଧ୍ୟମ ପ୍ରତିନିଧି । ପାଣିର ପ୍ରଖର ସ୍ରୋତରେ ଡଙ୍ଗାଟି ଓଲଟି ଯାଇଥିବାବେଳେ ପାଣିରେ ବୁଡି ଯାଇଥିଲେ ୭ ଜଣ । ଦଉଡି ସାହାଯ୍ୟରେ ଅନ୍ୟମାନଙ୍କୁ ଉଦ୍ଧାର କରାଯାଇଥିବାବେଳେ ଓଡ୍ରାଫ କର୍ମଚାରୀ ସୀତାରାମ ଓ ସାମ୍ବାଦିକ ଅରିନ୍ଦମଙ୍କୁ ଉଦ୍ଧାର କରାଯାଇ ପାରିନଥିଲା। ପରେ ଏକ ମାଛଧରା ଡଙ୍ଗାରେ ଅରିନ୍ଦମଙ୍କୁ ଉଦ୍ଧାର କଲା ବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା । ତେବେ ସୀତାରାମ ମୁର୍ମୁ ନିଖୋଜ ହୋଇଯାଇଥିଲେ। ଗତକାଲି ଓଡ୍ରାଫ ଟିମ୍‌ ପକ୍ଷରୁ ଅନେକ ଖୋଜାଖୋଜି କରାଯାଇଥିଲେ ମଧ୍ୟ ତାଙ୍କର ମୃତଦେହ ମିଳିପାରିନଥିଲା। ଆଜି ତାଙ୍କ ମୃତଦେହ ମିଳିଛି । ଓଡ୍ରାଫର ଅଣ୍ଡର ୱାଟର ଡାଇଭର ଭାବେ ସେ ବେଶ ଚର୍ଚ୍ଚିତ ଥିଲେ। ବଡକଥା ହେଉଛି ପାଣି ଭିତରୁ ଅତି ଦକ୍ଷତାର ସହିତ ପାଖାପାଖି ୫ଶହ ଲୋକଙ୍କୁ ଉଦ୍ଧାର କରିବାର ରେକର୍ଡ ତାଙ୍କ ନାଁରେ ରହିଛି। ତଥାପି ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories