www.samajalive.in
Sunday, December 14, 2025
14.1 C
Bhubaneswar

୨୭ ତାରିଖ ଭାରତ ବନ୍ଦକୁ ପିସିସିର ସମର୍ଥନ

ଭୁବନେଶ୍ୱର :  କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ତିନିଗୋଟି କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚା ପକ୍ଷରୁ ଆସନ୍ତା ୨୭ ତାରିଖ ଦିନ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତୀୟ ଜାତୀୟ କଂଗ୍ରେସ ଦଳ ଏହି ବନ୍ଦକୁ ସମର୍ଥନ କରିବାପାଇଁ ନିଷ୍ପତି ନେଇଛି । କଂଗ୍ରେସ ଦଳ ସର୍ବଦା କୃଷକମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ କାର୍ଯ୍ୟ କରିଆସିଛି । ଏଣୁ ୨୭ ତାରିଖ ଦିନ ଭାରତ ବନ୍ଦକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ଣ୍ଣ ସମର୍ଥନ ଦିଆଯିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି  ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବିବୃତିରେ କହିଛନ୍ତି । ଏହି ମର୍ମରେ ଜିଲ୍ଲାସ୍ତରରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବନ୍ଦ କାର୍ଯ୍ୟକ୍ରମକୁ ପୂର୍ଣ୍ଣମାତ୍ରାରେ ସଫଳ କରିବାପାଇଁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଜିଲ୍ଲା ସଭାପତି ମାନଙ୍କ ପତ୍ର ଲେଖିଛନ୍ତି । ରାଜ୍ୟର ସମସ୍ତ କଂଗ୍ରେସ ନେତୃବୃନ୍ଦ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ, ସାମୁଖ୍ୟ ଓ ପ୍ରକୋଷ୍ଠାର କର୍ମକର୍ତା, ସାଂସଦ ଓ ବିଧାୟକ ପ୍ରାର୍ଥୀ, କୃଷକ, ଶ୍ରମିକ ଓ ଜନସାଧାରଣ ଏହି ବନ୍ଦକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories