www.samajalive.in
Tuesday, December 9, 2025
17.1 C
Bhubaneswar

ସମୁଦ୍ର କୂଳରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆଗାଁ ଗ୍ରାମପଞ୍ଚାୟତର ନୋଳିଅକ୍ଷ ନୁଆଗାଁ ସମୁଦ୍ର କୂଳରେ ଆଜି ସକାଳୁ ଏକ ଅଜଣା ବ୍ୟକ୍ତିର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକ ସମୁଦ୍ରକୁ ଯାଉଥିବା ବେଳେ ଏକ ଅଜଣାଶବ ଭାସୁ ଥିବା ଦେଖିଥିଲେ ପରେ ଏହା କୂଳରେ ଲାଗିଥିଲା। ଏନେଇ ସେମାନେ ଗଂଜାମ ପୁଲିସ ଥାନାକୁ ଜଣାଇଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଗଞ୍ଜାମ ଥାନା ଅଧିକାରୀ ଶୁଭେନ୍ଦୁ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଥିଲେ ଏବଂ ମୃତଦେହକୁ ଉଦ୍ଧାର କରିଥିଲେ। ମୃତ ବ୍ୟକ୍ତିର ପରିଚୟ ଜଣାପଡ଼ିନାହିଁ।  ସମୁଦ୍ରରେ ଭାସି ଆସି ମୃତଦେହଟି ସମୁଦ୍ର କୂଳରେ ଲାଗିଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।  ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା  ସହିତ  ଏ ସଂକ୍ରାନ୍ତରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories