www.samajalive.in
Monday, December 8, 2025
27.1 C
Bhubaneswar

ସାମ୍ବାଦିକ ସଂଘ ପକ୍ଷରୁ ଅରିନ୍ଦମ୍‍ ଓ ସୀତାରାମ୍‍ଙ୍କୁ ଶ୍ରଦ୍ଧାଞ୍ଜଳି

ଆଠଗଡ : ଆଠଗଡ ସାମ୍ବାଦିକ ସଂଘ ପକ୍ଷରୁ ଗତ ୨୪ ତାରିଖରେ ମୁଣ୍ଡଳିଠାରେ ମହାନଦୀରେ ଗଜରାଜ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇ ମୃତ୍ୟୁବରଣ କରିଥିବା​​‌ ଓଡ୍ରାଫ ଦଳର ନୌକା ଚାଳକ ସୀତାରାମ ମୁର୍ମୁ ଓ ଓଟିଭି ସାମ୍ବାଦିକ ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ବରିଷ୍ଠ ସାମ୍ବାଦିକ ସନାତନ ରାୟଙ୍କ ସଭାପତିତ୍ୱରେ ଉତ୍ତରାଚଣ୍ଡୀ ମନ୍ଦିର ପରିଷଦରେ ଅନୁଷ୍ଠିତ ଶୋକସଭାରେ ଆଠଗଡର କାର୍ଯ୍ୟରତ ସମସ୍ତ ସାମ୍ବାଦିକ ଯୋଗଦେଇ ଉଭୟ ଅରିନ୍ଦମ ଓ ସୀତାରାମଙ୍କ ବିୟୋଗରେ ଦୁଃଖପ୍ରକାଶ କରିବା ସହ ତାଙ୍କର ସ୍ମୃତିଚାରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏଥିରେ ଯୋଗଦେଇ ସାହିତ୍ୟିକ ଡଃ ନାରାୟଣ ପଣ୍ଡା ସାମ୍ବାଦିକ ଅରିନ୍ଦମ ଓ ଓଡ୍ରାଫ ଦଳର ସଦସ୍ୟ ସୀତାରାମଙ୍କର ସାହସିକତା ଅନ୍ୟମାନଙ୍କ ପାଇଁ ପ୍ରେରଣା ହେବ ବୋଲି ମତବ୍ୟକ୍ତ କରିଥିଲେ। ତେବେ କେତେକ କ୍ଷେତ୍ରରେ ଏଭଳି ଦୁଃସାହସରୁ ଦୂରେଇ ରହିବା ପାଇଁ ସେ ନିବେଦନ କରିଥିଲେ । ସାମ୍ବାଦିକ ବିଭୂତି ଭୂଷଣ ଖଟୁଆ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଅର୍ଦ୍ଧେନ୍ଦୁ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories