www.samajalive.in
Sunday, December 7, 2025
16.1 C
Bhubaneswar

କରୋନା ସହାୟତା ରାଶି ପ୍ରଦାନ ନେଇ କେନ୍ଦ୍ରର ବିଜ୍ଞପ୍ତି ପ୍ରକାଶ

ନୂଆଦିଲ୍ଲୀ : ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ ସତ୍ୟପାଠ ଆଧାରରେ କେନ୍ଦ୍ର ସରକାର କରୋନା ମୃତକଙ୍କ ପରିବାରକୁ ୫୦ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସ୍‌ଡିଆରଏଫ୍)ରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଦେଶର ପ୍ରଥମ କରୋନା ମୃତ୍ୟୁ ହେବା ଦିନ ଠାରୁ ଏହି ସହାୟତା ପ୍ରଦାନ କାର୍ଯ୍ୟକାରୀ ହେବ।
ଏହି ସହାୟତା ରାଶି ପ୍ରଦାନ ବ୍ୟବସ୍ଥା ପରବର୍ତ୍ତୀ ନିର୍ଦେଶ କିମ୍ବା କୋଭିଡ-୧୯କୁ ବିପର୍ଯ୍ୟୟ ତାଲିକାରୁ ବାଦ୍ ଦିଆଯିବା ପର୍ଯ୍ୟନ୍ତ ଜାରି ରହିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଏସଡିଆରଏଫ୍‌କୁ ମିଳୁଥିବା ପାଣ୍ଠିରୁ ୭୫% କେନ୍ଦ୍ର ସରକାରଙ୍କ ଅବଦାନ ରହିଥାଏ। ତେବେ ସ୍ବତନ୍ତ୍ର ମାନ୍ୟତାପ୍ରାପ୍ତ ରାଜ୍ୟଗୁଡିକୁ କେନ୍ଦ୍ର ସରକାରଙ୍କ ଅବଦାନ ୯୦% ରହିଥାଏ। ଗତ ସପ୍ତାହରେ କେନ୍ଦ୍ର ସରକାର ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ କରିଥିବା ସତ୍ୟପାଠରେ କହିଥିଲେ ଯେ ପ୍ରତ୍ୟେକ କରୋନା ମୃତକଙ୍କ ପରିବାରକୁ ୫୦ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories