www.samajalive.in
Sunday, December 7, 2025
26.1 C
Bhubaneswar

୩ଟି ଲୋକସଭା ଓ ୩୦ ବିଧାନସଭା ଆସନ ପାଇଁ ଅକ୍ଟୋବର ୩୦ରେ ଉପନିର୍ବାଚନ

ନୂଆଦିଲ୍ଲୀ : ଦେଶରେ ଖାଲି ଥିବା ୩ଟି ଲୋକସଭା ଓ ୩୦ ବିଧାନସଭା ଆସନ ପାଇଁ ଅନୁଷ୍ଠିତ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଆଜି ନିର୍ବାଚନ କମିଶନ ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି। ଅକ୍ଟୋବର ୩୦ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର ୨ ତାରିଖରେ ଏହି ଉପନିର୍ବାଚନର ଭୋଟ ଗଣତି ହେବ।
ଆନ୍ଧ୍ରପ୍ରଦେଶ, ଆସାମ, ବିହାର, ହରିୟାନା, ହିମାଚଳପ୍ରଦେଶ, କର୍ଣ୍ଣାଟକ , ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ, ମିଜୋମରାମ, ନାଗାଲାଣ୍ଡ,ରାଜସ୍ଥାନ, ତେଲେଙ୍ଗାନା ଓ ପଶ୍ଚିମ ବଙ୍ଗର ୩୦ଟି ବିଧାନସଭା ଆସନ ଖାଲି ପଡିଛି। ଏଥିପାଇଁ ଉପନିର୍ବାଚନ ହେଉଥିବା ବେଳେ ହିମାଚଳପ୍ରଦେଶ, ମଧ୍ୟପ୍ରଦେଶ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଓ ଡିଉରେ ଖାଲିପଡିଥିବା ୩ଟି ଲୋକସଭା ଆସନ ପାଇଁ ମଧ୍ୟ ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନ ନିମନ୍ତେ ଅକ୍ଟୋବର ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୮ ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ କରାଯିବ। ୧୧ତାରିରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ଆସାମ, ବିହାର ଓ ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନ ପାଇଁ ଅକ୍ଟୋବର ୧୬ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ। ଅକ୍ଟୋବର ୩୦ ତାରିଖ ଦିନ ସମସ୍ତ ଆସନରେ ଭୋଟଗ୍ରହଣ ହେବ ଓ ନଭେମ୍ବର ୨ ତାରିଖରେ ଭୋଟ ଗଣତି ହେବ। କୋଭିଡ ନିର୍ଦ୍ଦେଶାବଳୀ ଅନୁଯାୟୀ ସମ୍ପୂର୍ଣ୍ଣ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହେବ। ତୁଣ୍ଡି,ସାନିଟାଇଜର, ସାମାଜିକ ଦୂରତା ସହ ସମସ୍ତ ନିୟମ ପାଳନ କରିବାକୁ ହେବ। ଏହାସହ ନିର୍ବାଚନ ପ୍ରକ୍ରିୟାରେ ସମ୍ପୃକ୍ତ ସମସ୍ତ ଅଧିକାରୀ ୨ଟି ଯାକ ପାନ କୋଭିଡ ଟିକା ନେଇଥିବା ଆବଶ୍ୟକ ବୋଲି ନିର୍ବାଚନ କମିଶନ ଘୋଷଣା କରିଛନ୍ତି।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories