www.samajalive.in
Sunday, December 14, 2025
16.1 C
Bhubaneswar

କାଜୁ ପକୁଡ଼ି

ଆବଶ୍ୟକ ସାମଗ୍ରୀ
କାଜୁ – ୧କପ
ବେସନ – ୨ କପ
ଚାଉଳ ଗୁଣ୍ଡ – ୧କପ
ଅଦା ରସୁଣ ବଟା – ୨ ଚାମଚ
କଟା ପୋଦିନା ପତ୍ର – ୧କପ
ଧନିଆ ପତ୍ର – ଅଳ୍ପ
ତେଲ – ଆବଶ୍ୟକ ଅନୁଯାୟୀ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲୁଣ – ଆବଶ୍ୟକ ଅନୁଯାୟୀ
ଟମାଟୋ ସସ୍‍ – ଆବଶ୍ୟକ ଅନୁଯାୟୀ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଏକ ପାତ୍ରରେ ବେସନ, ଚାଉଳ ଗୁଣ୍ଡ , ଅଦା ରସୁଣ ବଟା , ଲଙ୍କା ଗୁଣ୍ଡ , ଲୁଣ ଅଳ୍ପ ପାଣି ଦେଇ ଭଲ ଭାବେ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ସମୟରେ ଏହି ମିଶ୍ରଣରେ ଏକ ଚାମଚ ତେଲ , ପୋଦିନା ପତ୍ର , ଧନିଆ ପତ୍ର , କାଜୁ ପକାଇ ଭଲ ଭାବେ ଚକଟି ଦିଅନ୍ତୁ। ଏବେ ଏହି ମିଶ୍ରଣକୁ ହାତରେ ଚାରି କଣିଆ କରି ଛୁରୀରେ କାଟି ଦିଅନ୍ତୁ ଓ କଡ଼େଇରେ ବସିଥିବା ତେଲରେ ଛାଣନ୍ତୁ। ଏହାକୁ ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢି ଟମାଟୋ ସସ୍‍ ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories