www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୦୨ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୬୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୫୩ ଓ ସ୍ଥାନୀୟ ସଂକ୍ରମିତ ୨୪୯ ଜଣ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ପିଲା ୯୬ ଜଣ ଅଛନ୍ତି । ରାଜ୍ୟର ଅନୁଗୁଳ ଜିଲାର ୧୧, ବାଲେଶ୍ୱର ୨୧, ବରଗଡ ୨, ଭଦ୍ରକ ୫, କଟକରେ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୧୭, ଗଞ୍ଜାମ ୧, ଜଗତସିଂହପୁର ୧୮, ଯାଜପୁରରେ ୨୪ ଚିହ୍ନଟ ହୋଇଛନ୍ତି । ଏଥିସହିତ ଝାରସୁଗୁଡା ଜିଲାରେ ୨, କନ୍ଧମାଳ ୧, କେନ୍ଦ୍ରାପଡା ୬, ଖୋର୍ଦ୍ଧାରେ ୨୮୩, କୋରାପୁଟରେ ୪ ଚିହ୍ନଟ ହୋଇଛନ୍ତି । ମୟୁରଭଞ୍ଜ ଜିଲାରେ ୩୧, ନୟାଗଡ ୧, ନୂଆପଡା ୧, ପୁରୀ ୨୧ ଓ ରାୟଗଡାରେ ୪ ଜଣ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଜିଲାରେ ୧୩, ସୋନପୁର ୧, ସୁନ୍ଦରଗଡ ୯ ଓ ଷ୍ଟେଟପୁଲରୁ ୬୭ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ରାଜ୍ୟରେ ୪୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏଥିସହିତ ସଂପ୍ରତି ରାଜ୍ୟରେ ୫୬୪୨ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories