www.samajalive.in
Saturday, December 13, 2025
26.1 C
Bhubaneswar

ସାନଭାଇର କଟୁରୀ ଚୋଟରେ ବଡଭାଇ ଗୁରୁତର

ପିପିଲି: ପାରିବାରିକ କଳହକୁ କେନ୍ଦ୍ରକରି ସାନଭାଇର କଟୁରୀ ଚୋଟରେ ବଡଭାଇ ଗୁରୁତର ଭାବେ ଆହତ ହେବା ଭଳି ଘଟଣା ଘଟିଛି ତେଇସିପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗୋଡି ବେହେରା ସାହିରେ। ଆକ୍ରମଣକାରୀ ସାନଭାଇକୁ ପୁଲିସ ଥାନାରେ ଅଟକ ରଖିଥିବା ବେଳେ ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ପୁଲିସରେ କୌଣସି ଲିଖିତ ଅଭିଯୋଗ ହୋଇନଥିବା ସୂଚନା ମିଳିଛି।

ନୂଆଗୋଡି ବେହେରା ସାହିରେ ଗୁରୁବାର ମଧ୍ୟାହ୍ନ ସମୟରେ ଏକ ପରିବାରରେ ସାମାନ୍ୟ କଳହକୁ କେନ୍ଦ୍ରକରି ସାନଭାଇ ନିଜର ବଡଭାଇକୁ କଟୁରୀରେ ଆକ୍ରମଣ କରିଥିଲା। ଏଥିରେ ବଡଭାଇ ପେଟରେ ଗୁରୁତର ଆଘାତ ଲାଗିବା ସହ ଅନ୍ତଃବୁଜୁଳା ବାହାରି ଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କ୍ୟାପିଟାଲ ହସ୍‍ପିଟାଲରେ ଚିକିତ୍ସାପାଇଁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଖବର ପାଇ ସାତଶଙ୍ଖ ଫାଣ୍ଡି ଅଧିକାରୀ ପ୍ରଫୁଲ୍ଲ କୁମାର ଭୂୟାଁ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀ ଦୁଃଶାସନ ବେହେରାକୁ ଧରିବା ସହ ତାକୁ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଚଳାଇଥିବା ସୂଚନା ମିଳିଛି। ଆକ୍ରମଣରେ ବ୍ୟବହୃତ କଟୁରୀକୁ ପୁଲିସ ଜବତ କରିଥିବା ଜଣାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories