www.samajalive.in
Sunday, December 14, 2025
19.1 C
Bhubaneswar

ଆଜି ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ; ପ୍ରଧାନମନ୍ତ୍ରୀଙ୍କର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଅକ୍ଟୋବର ୨ ତାରିଖ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଦୁଇ ମହାନ ବ୍ୟକ୍ତିତ୍ୱଙ୍କ ପ୍ରତି ଗଭୀର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ଶନିବାର ପ୍ରତୁ୍ୟଷରେ ରାଜଘାଟକୁ ଯାଇ ଗାନ୍ଧିଜୀ ଏବଂ ବିଜୟ ଘାଟଠାରେ ଶାସ୍ତ୍ରିଜୀଙ୍କ ସ୍ମାରକୀ ସ୍ଥଳରେ ପୁଷ୍ପାଞ୍ଜଳି ଦେବା ସହିତ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଗାନ୍ଧିଜୀଙ୍କର ଏହା ୧୫୨ ତମ ପବିତ୍ର ଜୟନ୍ତୀ ହୋଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ, ଗାନ୍ଧିଜୀଙ୍କର ଚିନ୍ତାଧାରା ଓ ଜୀବନ ପ୍ରତ୍ୟେକ ପିଢିଙ୍କୁ ସେମାନଙ୍କ କର୍ତ୍ତବ୍ୟପଥରେ ଅଗ୍ରସର ହେବା ନିମନ୍ତେ ପ୍ରେରଣା ଯୋଗାଇବ । ତାଙ୍କର ମହତ ନୀତିଗୁଡିକ ବିଶ୍ୱସ୍ତରରେ ପ୍ରାସଙ୍ଗିକ ହୋଇଛି ଏବଂ କୋଟି କୋଟି ଲୋକଙ୍କୁ ଶକ୍ତି ସାମର୍ଥ୍ୟ ପ୍ରଦାନ କରୁଛି । ଏହାପରେ ପ୍ରଧାନମନ୍ତ୍ରୀ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ୧୧୭ତମ ଜୟନ୍ତୀ ଅବସରରେ ତାଙ୍କ ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୋଦି କହିଥିଲେ, ଶାସ୍ତ୍ରୀଜୀଙ୍କର ଜୀବନର ମୂଲ୍ୟବୋଧ ଏବଂ ନୀତିଗୁଡିକ ସମସ୍ତ ନାଗରିକଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories