www.samajalive.in
Wednesday, December 10, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଛନ୍ନି

ନୂଆଦିଲ୍ଲୀ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଛନ୍ନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରି ତାଙ୍କ ସହିତ କୃଷି ଆଇନ ସମ୍ପର୍କରେ ଆଲୋଚନା କରିଛନ୍ତି । ଏଥିସହିତ କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ ରହିଥିବା କର୍ତ୍ତାରପୁର କରିଡର ପୁନର୍ବାର ଖୋଲିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ ଜଣାଇଛନ୍ତି । ଦୁହିଁଙ୍କ ମଧ୍ୟରେ ପ୍ରାୟ ଏକଘଣ୍ଟା ଆଲୋଚନା ହୋଇଥିବା ସରକାରୀ ସୂତ୍ରରୁ କୁହାଯାଇଛି ।
ବୈଠକ ପରେ ଛନ୍ନି ସାମ୍ବାଦିକଙ୍କୁ କହିଥିଲେ ଯେ କୃଷି ଆଇନକୁ ନେଇ ଚାଲିଥିବା ବିରୋଧାଭାସର ସମାଧାନ କରିବା ଏବଂ ବିକ୍ଷୋଭକାରୀ ଚାଷୀଙ୍କ ସହିତ ଆଲୋଚନା ଆରମ୍ଭ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ଏଥିସହିତ ତିନିଟି କୃଷି ଆଇନ ପ୍ରତ୍ୟାହାର କରାଯିବାକୁ ସେ ନିଜର ଦାବି ଉପସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ସହିତ ତାଙ୍କର ଏହା ସୌଜନ୍ୟମୂଳକ ସାକ୍ଷାତ ରହିଥିଲେ ମଧ୍ୟ ଏହି ଅବସରରେ ସେ ଏହିସବୁ ପ୍ରସଙ୍ଗ ଉଠାଇଥିବା ଛନ୍ନି କହିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଯେ କେନ୍ଦ୍ର ସରକାର ଯଦି କୃଷି ଆଇନ ପ୍ରତ୍ୟାହାର ନକରନ୍ତି ତେବେ ରାଜ୍ୟ ସରକାର ବିଧାସଭାର ଏକ ଅଧିବେଶନ ଡକାଇ ଏହି ଆଇନକୁ ଅଗ୍ରାହ୍ୟ କରିଦେବେ । ଧାନ ସଂଗ୍ରହ ନେଇ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଆଦେଶ ପ୍ରତ୍ୟାହାର କରିନେବାକୁ ମଧ୍ୟ ସେ ପ୍ରଧାନମନ୍ତ୍ରୀଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories