ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ; ଭାରତୀୟ ପାଣିପାଗ ବିଭାଗ
ନୂଆଦିଲ୍ଲୀ : ରାଜ୍ୟର ବିଭିନ୍ନ ଅଞ୍ଚଳରେ ବୁଧବାର ଠାରୁ ବର୍ଷା ଲାଗି ରହିଥିବା ବେଳେ ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଗୁରୁବାର ବିଭାଗ ପକ୍ଷରୁ ଜାରି କରାଯାଇଥିବା ପାଣିପାଗ ବୁଲେଟିନରେ କୁହାଯାଇଛି ଯେ ସଦ୍ୟ ଉପଗ୍ରହ ଚିତ୍ର ଅନୁସାରେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଝାଡଖଣ୍ଡ, ଗାଙ୍ଗେୟ ପଶ୍ଚିମ ବଙ୍ଗ ଅଞ୍ଚଳର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ପଶ୍ଚିମ ବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।