www.samajalive.in
Monday, December 15, 2025
15.1 C
Bhubaneswar

ପିପିଲି-ଜଟଣୀ ରାସ୍ତାରେ ୬୦ ଖାଲ

ପିପିଲି: ପିପିଲି-ଜଟଣୀ ମୁଖ୍ୟରାସ୍ତା ଏବେ ଖାଲଖମାରେ ଭର୍ତ୍ତି ହୋଇଛି। ଏଥିଯୋଗୁଁ ଦୈନିକ ଛୋଟବଡ ଦୁର୍ଘଟଣାମାନ ଘଟୁଥିବା ବେଳେ ଯାତାୟତରେ ଲୋକେ ନାନା ସମସ୍ୟାର ସମ୍ମୁଖିନ ହେଉଛନ୍ତି। ଦୀର୍ଘ ୬ମାସରୁ ଉର୍ଦ୍ଧକାଳ ଏହି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଥିବା ବେଳେ ଏହାର ମରାମତି ଦିଗରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିରବତାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ପିପିଲି ପୂର୍ତ୍ତ ବିଭାଗ ଅଧିନରେ ଥିବା ପିପିଲି-ଜଟଣୀ ରାସ୍ତାର ହାଟଛକଠାରୁ କାକୁଡିଆ ପର୍ଯ୍ୟନ୍ତ ରାସ୍ତାର ବିଭିନ୍ନ ସ୍ଥାନରେ ୬୦ରୁ ଊର୍ଦ୍ଧ୍ବ ଖାଲଖମା ସୃଷ୍ଟି ହୋଇଥିବା ପରିଲକ୍ଷିତ ହୋଇଛି। ପିପିଲି ହାଟଛକ ସ୍ଥିତ ସାପ୍ତାହିକ ହାଟ ଓ କଲେଜ ଛକଠାରେ ରାସ୍ତା ଉପରେ ୧୫ରୁ ଊର୍ଦ୍ଧ୍ବ ଛୋଟ ବଡ ଖାଲ ସୃଷ୍ଟି ହୋଇଛି। ଫଳରେ ଏଥିଯୋଗୁଁ ଦୈନିକ ଛୋଟବଡ ଦୁର୍ଘଟଣା ଘଟୁଥିବା ସୂଚନା ମିଳିଛି। ଏହି ରାସ୍ତାରେ ଯାଉଥିବା ସ୍କୁଲ, କଲେଜର ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ କରି ରୋଗୀ ଓ ସାଧାରଣ ଲୋକେ ଏଥିଯୋଗୁଁ ଯାତାୟତରେ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଖୋର୍ଦ୍ଧାଠାରୁ ପିପିଲି ଦେଇ ଅସ୍ତରଙ୍ଗ, କାକଟପୁର, କୋଣାର୍କ ଓ ପୁରୀ ଯିବା ପାଇଁ ଏହା ମୁଖ୍ୟରାସ୍ତା ହୋଇଥିବା ଯୋଗୁଁ ଦୈନିକ ଶହଶହ ସଂଖ୍ୟାରେ ଗାଡିମୋଟର ଏହି ରାସ୍ତାରେ ଚଳାଚଳ କରୁଛି। ତେବେ ପ୍ରତ୍ୟେକ ବର୍ଷ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ଏହି ରାସ୍ତାର ମରାମତି କରାଯାଉଥିଲେ ମଧ୍ୟ କିଛିଦିନ ପରେ ଏହା ପୂର୍ବ ଅବସ୍ଥାକୁ ଫେରି ଆସୁଥିବା ଅଭିଯୋଗ ହୋଇଛି। ଦେଢ ବର୍ଷ ତଳେ ଏହି ରାସ୍ତା ଉପରେ ନୂତନ ପିଚୁ ପକାଯାଇ ରାସ୍ତାର ଦୋହରିକରଣ କାର୍ଯ୍ୟ କରାଯାଇଥିଲା। ମାତ୍ର ନିମ୍ନମାନର କାର୍ଯ୍ୟ ଯୋଗୁଁ ବହୁ ସ୍ଥାନରେ ଉକ୍ତ ପିଚୁ ଉଠିଯାଇ ଖାଲଖମାରେ ପରିଣତ ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତାର ଆବଶ୍ୟକ ମରାମତି ନିମନ୍ତେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories