www.samajalive.in
Sunday, December 14, 2025
14.1 C
Bhubaneswar

ଦେଶରେ ଦିନକରେ ଚିହ୍ନଟ ହେଲେ ୧୮,୩୪୬ ନୂଆ କୋଭିଡ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ସୋମବାର ଦିନକ ମଧ୍ୟରେ ୧୮,୩୪୬ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୨୯,୬୩୯ ଜଣ ସୁସ୍ଥ ହୋଇଛନ୍ତି । ପରୀକ୍ଷା କରାଯାଉଥିବା ନମୁନା ମଧ୍ୟରୁ ସଂକ୍ରମିତ ଚିହ୍ନଟ ହାର ୦.୭୫% ରହିଛି । ସଂପ୍ରତି ଦୈନିକ ସଂକ୍ରମଣ ହାର ୧.୬୧% ଓ ସାପ୍ତାହିକ ସଂକ୍ରମଣ ୧.୬୬% ରହିଛି । ଏଥିସହିତ କରୋନାରୁ ସୁସ୍ଥତା ହାର ୯୭.୯୩% ରହିଛି, ଯାହା ୨୦୨୦ ମାର୍ଚ୍ଚ ପରବର୍ତ୍ତୀ ସମୟରେ ସର୍ବୋଚ୍ଚ ସ୍ତର । ଦେଶରେ ଏପର୍ଯ୍ୟନ୍ତ ମୋଟ ୩,୩୧,୫୦,୮୮୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏଥିସହିତ ଦେଶରେ ସଂପ୍ରତି ୨,୫୨,୯୦୨ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

ସୋମବାର ସଂଧ୍ୟା ସୁଦ୍ଧା ମୋଟ ୫୭.୫୩ କୋଟି ନମୁନା ପରୀକ୍ଷା କରାଯାଇସାରିଛି । ସେହି ସମୟ ସୁଦ୍ଧା ମୋଟ ୯୧.୫୪ କୋଟି ପାନ କୋଭିଡ ଟିକା ଦିଆଯାଇଛି । ଗତ ୨୪ ଘଣ୍ଟାରେ କେବଳ ୭୨.୫୧ ଲକ୍ଷରୁ ଅଧିକ ପାନ ଟିକା ଦିଆଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି । ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ନିକଟରେ ସଂପ୍ରତି ୬.୭୩ କୋଟି ପାନରୁ ଅଧିକ ଟିକା ମହଜୁଦ ରହିଛି ।

Hot this week

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

Related Articles

Popular Categories