www.samajalive.in
Sunday, December 14, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କ ଝାରସୁଗୁଡ଼ାରେ ଉନ୍ନୟନମୂଳକ କାର୍ଯ୍ୟକ୍ରମର ସମୀକ୍ଷା

ଝାରସୁଗୁଡ଼ା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଆଜି ଝାରସୁଗୁଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରି ଜିଲ୍ଲାରେ ଆଲୁମିନିୟମ ପ୍ରକ୍ରିୟାକରଣ ଶିଳ୍ପ ଏବଂ କୃଷି ଉଦ୍ୟୋଗ ବିକାଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ମହିଳା ଓ ଯୁବ ବର୍ଗମାନଙ୍କୁ କୌଶଳ ବିକାଶ ମାଧ୍ୟମରେ ରୋଜଗାରକ୍ଷମ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି।

ଜିଲ୍ଲାରେ ପ୍ରକ୍ରିୟାକରଣ ଶିଳ୍ପର ପର୍ଯ୍ୟାପ୍ତ ସମ୍ଭାବନା ଓ ସୁଯୋଗ ରହିଛି ବୋଲି ଶ୍ରୀ ତ୍ରିପାଠୀ କହିଥିଲେ। ଏଥି ପାଇଁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପର ବିକାଶ ନିମନ୍ତେ ସ୍ବତନ୍ତ୍ର ଲ୍ୟାଣ୍ଡବ୍ୟାଙ୍କ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାରେ ଅଦା, ଲଙ୍କା, ସବୁଜ ପନିପରିବା, ତୈଳବୀଜ, ଲଘୁ ଶସ୍ୟ, ଫଳ ଓ ଫୁଲ ଚାଷ ଆଦି ଉତ୍ପାଦନ ନିମନ୍ତେ ପ୍ରକୃଷ୍ଟ ଜଳବାୟୁ ରହିଛି। ଏଥି ପାଇଁ ନିର୍ଦ୍ଦିଷ୍ଟ କୃଷି ଯୋଜନା ପ୍ରସ୍ତୁତ କରିବା ପାଇଁ ଶ୍ରୀ ତ୍ରିପାଠୀ କୃଷି ଓ ଉଦ୍ୟାନ ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କୃଷିଜାତ ଦ୍ରବ୍ୟର ଅମଳ ପରବର୍ତ୍ତି ଏକତ୍ରିକରଣ, ଖାଦ୍ୟ ପ୍ରକ୍ରିୟାକରଣ ଓ କୃଷି – ବିପଣି ଆଦି ଉଦ୍ୟୋଗ ନିମନ୍ତେ ପ୍ରୋତ୍ସାହନ ଯୋଗାଇବା ପାଇଁ ମଧ୍ୟ ଶ୍ରୀ ତ୍ରିପାଠୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

- Advertisement -

ଏହି ଗସ୍ତ ସମୟରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସାମଲ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀ, ଉପ ଜିଲ୍ଲାପାଳ ଶିବ ଟପ୍ପୋଙ୍କ ସମେତ କୃଷି, ଶିଳ୍ପ, ଶିକ୍ଷା ଓ କୌଶଳ ବିକାଶ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ନିଜ ନିଜ ବିଭାଗର ପ୍ରକଳ୍ପ କାର୍ଯ୍ୟାନ୍ଵୟନ ସମ୍ବନ୍ଧିତ ସୂଚନା ପ୍ରଦାନ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories