www.samajalive.in
Monday, December 15, 2025
16.1 C
Bhubaneswar

ସାରା ଦେଶରେ ଭାରତ ବନ୍ଦର ପ୍ରଭାବ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅନୁସୂଚିତ ଜାତି-ଜନଜାତି ସଂଶୋଧନ ଅଧିନିୟମ ବିରୋଧରେ ସବର୍ଣ୍ଣ ସଙ୍ଗଠନ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି । ସବର୍ଣ୍ଣ ସମାଜ, କରଣୀ ସେନା, ସପାକ୍ସ ଏବଂ ଅନ୍ୟ ସଙ୍ଗଠନ ମଧ୍ୟ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ଭାରତ ବନ୍ଦକୁ ନଜରରେ ରଖି ପୁଲିସ ଓ ପ୍ରଶାସନ ପକ୍ଷରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି । ସାରା ଦେଶରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । କେତେକେ ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି ।

ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ବିହାର, ରାଜସ୍ଥାନ, ମହାରାଷ୍ଟ୍ର ସମେତ ଅନ୍ୟାନ୍ୟ ରାଜ୍ୟରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଆନ୍ଦୋଳନକାରୀମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ କିଛି ନେତାଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି । ବନ୍ଦ ପ୍ରଭାବକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶ ଗ୍ବାଲିୟର ସମସ୍ତ ସ୍କୁଲ ଓ କଲେଜକୁ ବନ୍ଦ ରହିଛି । ସେହିପରି ମଧ୍ୟପ୍ରଦେଶର ୧୦ଟି ଜିଲାରେ ୧୪୪ ଧାରା ଜାରି କରାଯାଇଛି । ୧୪୪ ଧାରା ଭାରତ ବନ୍ଦର ପର ଦିନ ଅର୍ଥାତ୍ ୭ ସେପ୍ଟମ୍ବର ପର୍ଯ୍ୟନ୍ତ ବଳବତ୍ତ ରହିବ । ଏହା ଛଡା ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ ପେଟ୍ରୋଲ ପମ୍ପ ବନ୍ଦ ରହିଛି ।  ଭୋପାଳରେ ସମସ୍ତ ଦୋକାନ ବଜାରରେ ତାଲା ପଡିଥିବା ବେଳେ ରାସ୍ତାଘାଟ ଶୂନଶାନ ରହିଛି ।

- Advertisement -

ସେହିପରି ରାଜସ୍ଥାନରେ ମଧ୍ୟ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି । ଆଜମେରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ସ୍ଥାନୀୟଲୋକମାନେ ମଧ୍ୟ ଘରୁ ବାହାରୁ ନାହାନ୍ତି । ବିହାରର ଦରଭଙ୍ଗାରେ ଟ୍ରେନ୍ ଚଳାଚଳ ବନ୍ଦ ରହିଛି । ଆନ୍ଦୋଳନକାରୀମାନେ ରେଳ ଧାରଣା ଉପରେ ଠିଆ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଫଳରେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ରାସ୍ତାରେ ଟାୟାର ଜାଳି ଆନ୍ଦୋଳନକାରୀମାନେ ସରକାରଙ୍କ ବିରୋଧରେ ନାରାବାଜି କରିଛନ୍ତି । ବିଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି ।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories