www.samajalive.in
Tuesday, December 9, 2025
23.1 C
Bhubaneswar

ସତ୍ୟବାଦୀ ବ୍ଲକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ପ୍ରଦାନ

ସୁଆଣ୍ଡୋ/ସାକ୍ଷୀଗୋପାଳ: ସତ୍ୟବାଦୀ ବ୍ଲକରେ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସତ୍ୟବାଦୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ପ୍ରଦାନ ଯୋଜନାରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ମୁଖ୍ୟଅତିଥି ରୂପେ ଯୋଗ ଦେଇ ଏହି ସ୍ମାର୍ଟ କାର୍ଡ ପ୍ରଦାନର ଶୁଭାରମ୍ଭ କରିଥିଲେ।ଦୁଗଲ ପଞ୍ଚାୟତର ୧୦ ଜଣ ହିତାଧିକାରୀଙ୍କୁ ମୁଖ୍ୟଅତିଥି ଶ୍ରୀ ସାମନ୍ତରାୟ ପ୍ରଥମେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ପ୍ରଦାନ କରିଥିଲେ। ସତ୍ୟବାଦୀ ବ୍ଲକର ୨୭ ହଜାର ୫୮୫ ଗୋଟି ପରିବାରକୁ ୪୯ଟି କେନ୍ଦ୍ରରେ ଏହି କାର୍ଡ ଆସନ୍ତା ୨୨ ତାରିଖ ସୁଦ୍ଧା ପ୍ରଦାନ କରାଯିବ ବୋଲି ବିଧାୟକ ଘୋଷଣା କରିଥିଲେ।

ସାକ୍ଷୀଗୋପାଳ ମନ୍ଦିର ଓ ବକୁଳ ବନର ପାରିପାର୍ଶ୍ଵିକ ଉନ୍ନୟନ ସମ୍ପର୍କରେ ବିଧାୟକ ସୂଚନା ପ୍ରଦାନ କରିଥିଲେ। ଆସନ୍ତା ୯ ତାରିଖ ପବିତ୍ର ଗୋପବନ୍ଧୁ ଜୟନ୍ତୀ ଅବସରରେ ଦାସ ବିଦ୍ୟାଧରପୁର, ଗଡ଼ ବଳରାମପୁର, କେତକୀପାଟଣା ଓ ମହୁରା ପଞ୍ଚାୟତର ସମସ୍ତ ହିତାଧିକାରୀମାନଙ୍କୁ ଏହି କାର୍ଡ ପ୍ରଦାନ କରାଯିବ ବୋଲି ସେ ଘୋଷଣା କରିଥିଲେ।

- Advertisement -

ସତ୍ୟବାଦୀ ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷା ସସ୍ମିତା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାମାନଙ୍କ ନିମନ୍ତେ ୧୦ ଲକ୍ଷ ଟଙ୍କା ବୀମା ଯୋଜନା ଓ ମହିଳା ସଶକ୍ତିକରଣ ନିମନ୍ତେ କରିଥିବା ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଏହି ଯୋଜନା ଓ ଏହି ଯୋଜନା ସଫଳ ରୂପାୟନ ସମ୍ପର୍କରେ ରହିଥିବା ସୁବିଧା ସୁଯୋଗ ସମ୍ପର୍କରେ ଆଲୋକପାତ କରିଥିଲେ। ସତ୍ୟବାଦୀ ବ୍ଲକ ଉପାଧ୍ୟକ୍ଷ ବିକ୍ରମ କୁମାର ଜେନା, ଜିଲ୍ଲା ପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ, ଧ୍ରୁବ ଚରଣ ଦାସ ଓ ଦେବାଶିଷ ରାୟ ପ୍ରମୁଖ ଅତିଥି ରୂପେ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସତ୍ୟବାଦୀ ବ୍ଲକ ବିଜେଡ଼ି ସଭାପତି ପ୍ରମୋଦ କୁମାର ରାଉତରାୟ, ସରପଞ୍ଚ, ସମିତି ସଭ୍ୟ, ସମିତି ସଭ୍ୟା ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଯୋଗ ଦେଇଥିଲେ। ଶେଷରେ ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories