www.samajalive.in
Saturday, December 13, 2025
15.1 C
Bhubaneswar

ଯୁବ ରେଡ଼କ୍ରସର ଯୋନ ସ୍ତରୀୟ ତାଲିମ୍ ଶିବିର ଉଦଘାଟିତ

ନବରଙ୍ଗପୁର: ଭାରତୀୟ ରେଡକ୍ରସ ସୋସାଇଟି ଓଡ଼ିଶା ରାଜ୍ୟ ଶାଖା ଅନୁକୂଲ୍ୟରେ ନବରଂଗପୁର ମହାବିଦ୍ୟାଳୟ ଯୁବ ରେଡକ୍ରସ ଦ୍ଵାରା ତିନିଦିନିଆ ଶିକ୍ଷା ଓ ତାଲିମ୍ ଶିବିର ଉଦଘାଟିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଜରୁରିକାଳୀନ ଅଧିକାରୀ ମୌସୁମୀ ନାୟକ ଯୋଗ ଦେଇ ଥିବାବେଳେ ଅଧକ୍ଷା ଜିଲ୍ଲା ପରିଷଦ ଶ୍ରୀମତୀ ଭଗବତୀ ଭତ୍ରା, ନବରଙ୍ଗପୁରର ବିଶିଷ୍ଟ ସମାଜସେବୀ ଜଗନ୍ନାଥ ମହାପାତ୍ର, ସ୍ଥାନୀୟ ତହସିଲଦାର ରବୀନ୍ଦ୍ର ରାଉତ, ଜିଲ୍ଲା ପରିଷଦ ସଭ୍ୟ ମମତା ଭତ୍ରା ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସ୍ଥାନୀୟ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ ବିନୋଦ ଚନ୍ଦ୍ର ନାୟକ ସଭାପତିତ୍ବ କରିଥିବା ବେଳେ ଯୁବ ରେଡ୍ କ୍ରସ ପରାମର୍ଶଦାତା ଅଧ୍ୟାପକ ଦିଲ୍ଲୀପ କୁମାର ହୋତା ମଞ୍ଚ ପରିଚାଳନା କରିଥିଲେ।

ଏହି ତିନିଦିନିଆ କାର୍ଯ୍ୟକ୍ରମରେ ନବରଂଗପୁର ମହାବିଦ୍ୟାଳୟ ସହିତ ଆଦର୍ଶ ଡିଗ୍ରୀ ମହାବିଦ୍ୟାଳୟ, ନବରଂଗପୁର ଡିଗ୍ରୀ ମହିଳା ମହାବିଦ୍ୟାଳୟର ରେଡ଼କ୍ରସ ସ୍ବେଛାସେବୀମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରେଡକ୍ରସ୍ ସମ୍ବନ୍ଧୀୟ ବିଭିନ୍ନ ବିଷୟ ରେଡକ୍ରସର ଇତିହାସ, ମୌଳିକ ନୀତି, ରକ୍ତଦାନ, ପ୍ରାଥମିକ ଚିକିତ୍ସା ପ୍ରଣାଳୀ, ସଡ଼କ ସୁରକ୍ଷା, ସ୍ୱଚ୍ଛ ଭାରତ ଭଳି ଅନେକ ବିଷୟରେ ସ୍ବେଛାସେବୀମାନଙ୍କୁ ତାଲିମ୍ ଦିଆଯିବ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories