ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢିଲା
ଭୁବନେଶ୍ୱର : ପୂଜା ପୂର୍ବରୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟି ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧%ବୃଦ୍ଧି କରାଯାଇଛି। ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ଓ (dearness relief )ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ,୨୮%ରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୧/୭/୨୦୨୧ ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।
Comments are closed.