www.samajalive.in
Sunday, December 14, 2025
17.1 C
Bhubaneswar

ବୌଦ୍ଧ ଆସିବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି, ଚାଲିଛି ଜୋରଦାର ପ୍ରସ୍ତୁତି

ବୌଦ୍ଧ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମାନ୍ୟବର ମୁଖ୍ୟବିଚାରପତି ଡଃ. ଏସ.ମୁରଲିଧର ଶନିବାର ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସୁଛନ୍ତି। ଏଥିପାଇଁ ଜିଲା ବିଚାର ବିଭାଗ, ଜିଲା ଓକିଲ ସଂଘ ସମେତ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୁଖ୍ୟ ବିଚାରପତି ସୁବର୍ଣ୍ଣପୁରରୁ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥ ଦେଇ ଅପରାହ୍ନ ୩.୩୦ରେ ବୌଦ୍ଧରେ ପହଞ୍ଚିବା ପରେ ଜିଲା ବିଚାର ବିଭାଗ କାର୍ଯ୍ୟାଳୟ ବୁଲି ଦେଖିବା ସହିତ ବିଭିନ୍ନ ସମସ୍ୟା ନେଇ ବିଚାର ବିଭାଗ ଅଧିକାରୀମାନଙ୍କ ସହିତ ଆଲୋଚନା କରିବେ। ତାପରେ ଜିଲା ଓକିଲ ସଂଘର ସଦସ୍ୟମାନଙ୍କ ସହିତ ଆଲୋଚନା କରିବା ପରେ ରେଢାଖୋଲ ରେଳ ଷ୍ଟେସନ ଦେଇ ସେ କଟକ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ଜିଲା ସଂଗ୍ରହାଳୟ ପରିସରରେ ମୁଖ୍ୟ ବିଚାରପତିଙ୍କ ଆଲୋଚନା କାର୍ଯ୍ୟକ୍ରମ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଥିବା ବେଳେ ଏଥିପାଇଁ ସଂଗ୍ରହାଳୟ ପରିସରରେ ପ୍ରସ୍ତୁତି କାର୍ଯ୍ୟ ଜୋରସୋରରେ ଆରମ୍ଭ ହୋଇଛି। ଆଜି ଜିଲା ଦୌରାଜଜ ସୁଶ୍ରୀ ପ୍ରତିମା ପଣ୍ଡା, ଜିଲାପାଳ ଲଲାଟେନ୍ଦୁ ମିଶ୍ର, ଜିଲା ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି, ଜିଲା ଓକିଲ ସଂଘ ସଭାପତି ତାରେଣି ମହାପାତ୍ରଙ୍କ ସମେତ ବିଚାର ବିଭାଗୀୟ ଅଧିକାରୀ ଓ ବରିଷ୍ଠ ଆଇନଜିବୀମାନେ ଜିଲା ସଂଗ୍ରହାଳୟରେ ପହଞ୍ଚି ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଥିଲେ। ଅତ୍ୟନ୍ତ ଶୃଙ୍ଖଳିତ ଭାବରେ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଜିଲା ପ୍ରଶାସନ ଓ ବିଚାର ବିଭାଗ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories