www.samajalive.in
Sunday, December 14, 2025
16.1 C
Bhubaneswar

ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ବିଦ୍ୟାର୍ଥୀ

ସାରନଗରୀ:  ଆଜି ଅପରାହ୍ନରେ ସାରନଗରୀ ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟା ଷ୍ଟଡି ପଏଂଟ ଠାରେ ୧୪୪ତମ  ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ କରାଯାଇଥିଲା । ଅନୁଷ୍ଠାନର ନିର୍ଦ୍ଦେଶକ ସରୋଜ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଆଦିତ୍ୟ କୁମାର ଷଡଙ୍ଗୀ,ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଗୌରାଙ୍ଗ ବଡ଼ାଇକ, ଅଧ୍ୟାପକ  ଅଶୋକ ସିନ୍ଧୁଆ ଯୋଗ ଦେଇଥିଲେ । ଅତିଥି ମାନେ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ପଣ୍ଡିତ ଗୋପବନ୍ଧୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶିକ୍ଷା କ୍ଷେତ୍ରରେ ପଣ୍ଡିତ ଗୋପବନ୍ଧୁଙ୍କ ଅବଦାନ ଅତୁଳନୀୟ ଥିଲା । ଗୋପବନ୍ଧୁ ସତ୍ୟବାଦୀ ଠାରେ ଖୋଲା ମୁକ୍ତାକାଶ ତଳେ ବନ ବିଦ୍ୟାଳୟ ସ୍ଥାପନ କରି ନୂତନ କିର୍ତିମାନ ସୃଷ୍ଟି କରିଥିଲେ, ଯାହାକି ଚିରସ୍ମରଣୀୟ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଗୋପବନ୍ଧୁଙ୍କ ଆଦର୍ଶରେ  ଛାତ୍ର ସମାଜ ଅନୁପ୍ରାଣିତ ହେବାକୁ ଅତିଥି ମାନେ ଉପସ୍ଥିତ ବିଦ୍ୟାର୍ଥୀ ମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ବିଦ୍ୟା ଷ୍ଟଡି ପଏଂଟର ଛାତ୍ରଛାତ୍ରୀଙ୍କ ସମେତ ଅଧ୍ୟାପକ ସୁନୀଲ ସାମଲ ଓ ସେକ୍ଟର-୨୨ ଏମ୍ପୋଲୟିଜ ୱେଲଫେୟାର ଟ୍ରଷ୍ଟର ସଦସ୍ୟ ମାନେ ଉପସ୍ଥିତ ଥିଲେ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories