www.samajalive.in
Sunday, December 14, 2025
17.1 C
Bhubaneswar

ଦାଣ୍ଡମୁକୁନ୍ଦପୁରରେ ଉତ୍କଳମଣିଙ୍କ ଜୟନ୍ତୀ ପାଳିତ ; ଗୋପବନ୍ଧୁଙ୍କୁ ଭାରତ ରତ୍ନ ପ୍ରଦାନ ଦାବି

ପିପିଲି : ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ। ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବିି ତଥା ସାମ୍ବାଦିକତା ଜଗତର ମଉଡମଣି। ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳରମଣି ନଥିଲେ ବାସ୍ତବରେ ସେ ଥିଲେ ବିଶ୍ୱରମଣି । ତାଙ୍କର ପ୍ରତି କବିତାରେ ବିଶ୍ୱ ଭାବନାର ଚିତ୍ର ପ୍ରତିଫଳିତ। ତେଣୁ ବିଳମ୍ବରେ ହେଲେ ମଧ୍ୟ ତାଙ୍କୁ ମରଣୋତ୍ତର ଭାରତରତ୍ନ ପ୍ରଦାନ କରାଯିବାକୁ ଦାବି ହୋଇଛି। ଅଗ୍ରଣୀ ନାଗରିକ ସଂଗଠନ “ଜନସ୍ୱାର୍ଥ ସୁରକ୍ଷା ସମିତି’ ପକ୍ଷରୁ ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଠାରେ ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ ଉତ୍ସବ ପାଳନ ଅବସରରେ ଗୋପବନ୍ଧୁପ୍ରେମୀ ମାନେ ଏହି ଦାବି କରିଛନ୍ତି ।
ଏହି ଅବସରରେ ଦାଣ୍ଡମୁକୁନ୍ଦପୁର ସ୍ଥିତ ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ପରିସରରେ ଥିବା ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶନିବାର ପ୍ରତ୍ୟୁଷରେ ମାଲ୍ୟାର୍ପଣ କରାଯାଇଥିଲା। ପରେ “ଜନସ୍ୱାର୍ଥ ସୁରକ୍ଷା ସମିତି’ର ସଂଯୋଜକ ତଥା ଶିକ୍ଷାବିତ୍‍ ସନ୍ତୋଷ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ ସମାଜସେବୀ ନବକିଶୋର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଗୋପବନ୍ଧୁଙ୍କ ସଂକ୍ଷିପ୍ତ ଜୀବନୀ ଉପରେ ଆଲୋକପାତ କରିଥିଲେ। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ମିଶ୍ର, ବନବିହାରୀ ପଣ୍ଡା, ସମାଜସେବୀ ପ୍ରଭାତ କୁମାର ମହାପାତ୍ର, ଯୋଗଗୁରୁ ବଂଶୀଧର ସାହୁ, ଶିକ୍ଷାବିତ୍‍ ପ୍ରସନ୍ନ ଦାସ, ରଣଜିତ ପଣ୍ଡା, ପିପିଲି ସଚେତନ ନାଗରିକ ମଞ୍ଚର ଅଧ୍ୟକ୍ଷ ଆଡ୍‍ଭୋକେଟ୍‍ ସୁରେଶ କୁମାର ରଥ, ଧର୍ମେନ୍ଦ୍ର କୁମାର ସାହୁ, ଚିତ୍ତରଞ୍ଜନ ସାହୁ, ଶିଶିର ମହାନ୍ତି, ପ୍ରଭାକର ସେଠୀ, ପ୍ରଶାନ୍ତ ମିଶ୍ର, ଅଭିଷେକ ଲେଙ୍କା ପ୍ରମୁଖ ଯୋଗଦେଇ ଗୋପବନ୍ଧୁଙ୍କ ଜୀବନୀର ତ୍ୟାଗ, ନିଷ୍ଠା, ସମାଜସେବା ଓ ସାମ୍ବାଦିକତା ଦିଗ ଉପରେ ଆଲୋକପାତ କରିଥିଲେ।
ସମିତି ପକ୍ଷରୁ ଏହି ଅବସରରେ ଉତ୍କଳମଣିଙ୍କ ରଚିତ କବିତା ଗୁଡିକୁ ବିଭିନ୍ନ ଭାଷାରେ ଭାଷାନ୍ତର କରାଯାଇ ତାକୁ କଣ୍ଠଶିଳ୍ପୀଙ୍କ ଦ୍ୱାରା ରେକଡିଂ କରାଇ ପ୍ରଚାର ଓ ପ୍ରସାର କରାଯିବା, ସତ୍ୟବାଦୀରେ ଖୁବ୍‍ ଶିଘ୍ର ଆନ୍ତର୍ଜାତୀୟ ସ୍ତରୀୟ ଓଡିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ରହିଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀସ୍ଥଳୀକୁ ଆବଦ୍ଧ କରାଯାଇ ସେଗୁଡିକୁ ଆଲୋକମାଳାରେ ସଜ୍ଜିତ କରାଯାଇ ଆକର୍ଷଣୀୟ କରାଯିବା ଆଦି ଦାବି ସମ୍ବଳିତ ଏକ ସ୍ମାରକ ପତ୍ରକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଂସ୍କୃତି ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପଠାଯାଇଥିଲା। ଏହି ଅବସରରେ ବିଦ୍ୟାଳୟ ପରିସର ଓ ସ୍ଥାନୀୟ ସଂସ୍କୃତି ଭବନ ନିକଟରେ ସାମୁହିକ ସଫେଇ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories