www.samajalive.in
Sunday, December 14, 2025
19.1 C
Bhubaneswar

୮ଟି ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ହାଇକୋର୍ଟର ଆଠ ଜଣ ମୁଖ୍ୟ ବିଚାରପତିଙ୍କ ନାମ ଅନୁମୋଦନ କରିଛନ୍ତି। ବିଭିନ୍ନ ହାଇକୋର୍ଟକୁ ପାଞ୍ଚ ଜଣ ମୁଖ୍ୟ ବିଚାରପତିଙ୍କୁ ସ୍ଥାନାନ୍ତର ସମ୍ପର୍କିତ ପ୍ରସ୍ତାବ ମଧ୍ୟ ରାଷ୍ଟ୍ରପତି ଅନୁମୋଦନ କରିଛନ୍ତି। ପ୍ରଧାନ ବିଚାରପତିଙ୍କ ପରାମର୍ଶ କ୍ରମେ ୮ ଜଣ ବିଚାରପତିଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିବା ସହିତ ୫ ଜଣ ମୁଖ୍ୟ ବିଚାରପତିଙ୍କୁ ବିଭିନ୍ନ ହାଇକୋର୍ଟକୁ ସ୍ଥାନାନ୍ତର କରାଯାଇଛି।

ହିମାଚଳ ପ୍ରଦେଶ ହାଇକୋର୍ଟର ବିଚାରପତି ଜଷ୍ଟିସ ବିଜୟକୁମାର ମଲିମାଥଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଛି। କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ସତୀଶ ଚନ୍ଦ୍ର ଶର୍ମାଙ୍କୁ ତେଲେଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ମେଘାଳୟ ହାଇକୋର୍ଟର ବିଚାରପତି ଜଷ୍ଟିସ ରଞ୍ଜିତ ବସନ୍ତ ରାଓଙ୍କୁ ସେହିଠାରେ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ଅରବିନ୍ଦ କୁମାରଙ୍କୁ ଗୁଜୁରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। କଲିକତା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ରାଜେଶ ବିନ୍ଦଲଙ୍କୁ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଛି।

- Advertisement -

ସେହିପରି ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ରିତୁରାଜ ଅୱସ୍ତିଙ୍କୁ କର୍ଣ୍ଣାଟକ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଛି। ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତବଙ୍କୁ କଲିକତା ହାଇକୋର୍ଟର ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଛତିଶଗଡ ହାଇକୋର୍ଟର ବିଚାରପତି ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ରଙ୍କୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି।

ସେହିଭଳି ବିଭିନ୍ନ ରାଜ୍ୟ ହାଇକୋର୍ଟର ପାଞ୍ଚ ଜଣ ମୁଖ୍ୟ ବିଚାରପତିଙ୍କୁ ଅନ୍ୟ ରାଜ୍ୟକୁ ମୁଖ୍ୟ ବିଚାରପତି ଭାବରେ ସ୍ଥାନାନ୍ତର କରାଯାଇଛି। ମେଘାଳୟ ହାଇକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ବିଶ୍ୱନାଥ ସୋମାଡରଙ୍କୁ ସିକିମ ହାଇକୋର୍ଟର ପ୍ରଧାନ ବିଚାରପତି ଭାବରେ ସ୍ଥାନାନ୍ତର କରାଯାଇଛି। ମଧ୍ୟପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କୁ ହିମାଚଳ ପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ଭାବେ, ତ୍ରିପୁରା ହାଇକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଅକିଲ ଅବଦୁଲ ହାମିଦ କୁରେଶୀଙ୍କୁ ରାଜସ୍ଥାନ ହାଇକୋର୍ଟର ପ୍ରଧାନ ବିଚାରପତି, ଆନ୍ଧ୍ରପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଅରୁପ କୁମାର ଗୋସ୍ୱାମୀଙ୍କୁ ଛତିଶଗଡ ହାଇକୋର୍ଟର ପ୍ରଧାନ ବିଚାରପତି ଏବଂ ରାଜସ୍ଥାନ ହାଇକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଇନ୍ଦ୍ରଜିତ ମହାନ୍ତିଙ୍କୁ ତ୍ରିପୁରା ହାଇକୋର୍ଟର ପ୍ରଧାନ ବିଚାରପତି ଭାବେ ବଦଳି କରାଯାଇଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories