www.samajalive.in
Monday, December 8, 2025
24.1 C
Bhubaneswar

୩୬ ଘଣ୍ଟାରେ ଲଘୁଚାପ : ୧୭ ରୁ ୧୯ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଗାମୀ ୩୬ ଘଣ୍ଟାରେ ଲଘୁଚାପରେ ପରିଣତ ହେବ। ଏହା ୪ରୁ ୫ଦିନ ସମୁଦ୍ର ଭିତରେ ବଳ ଗୋଟାଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ମୁହାଁ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପକ୍ଷରେ ଦେଶରେ ଦକ୍ଷିଣ ପଶ୍ଚିମ ମୌସୁମି ପ୍ରତ୍ୟାବର୍ତ୍ତନ ଜାରି ରହିଛି। ଆଗାମୀ ଦୁଇ ଦିନ ମଧ୍ୟରେ ଗୁଜରାଟ, ଛତିଶଗଡ଼, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରର ଅଧିକାଂଶ ଅଞ୍ଚଳ ଏବଂ ଓଡ଼ିଶା, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗର କେତେକ ଅଞ୍ଚଳରୁ ମୌସୁମି ପ୍ରତ୍ୟାବର୍ତ୍ତନ କରିବାକୁ ପାଣିପାଗ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଅାଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ଜାରି ରହିବ।
ତେବେ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବାର ସମ୍ଭାବନା ରହିଥିବା ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ସମୁଦ୍ରରେ ଜଳବାୟୁର ସ୍ଥିତି, ପବନର ଦିଗ ଏବଂ ଓଡ଼ିଶାରୁ ମୌସୁମି ପ୍ରତ୍ୟାବର୍ତ୍ତନ କରୁଥିବାରୁ ସମ୍ଭାବ୍ୟ ବାତ୍ୟା ଓଡ଼ିଶ‌ାରେ ମାଡ଼ ହେବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କଲେଣି। ଦଶହରା ପରେ ଓଡ଼ିଶାରେ ମାଡ଼ ହୋଇପାରେ ବୋଲି କୁହାଯାଉଛି। ଆଞ୍ଚଳିକ ପାଣିପାଗ ନିର୍ଦେଶକ ଏଚ୍‌.ଆର୍‌. ବିଶ୍ବାସ କହିଛନ୍ତି ଯେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ପରେ ଏହା ବାତ୍ୟା ରୂପ ନେବ କି ନାହିଁ, ବାତ୍ୟା ରୂପ ନେଲେ କେତେ ଭୟଙ୍କର ହେବ ତାହା ପରବର୍ତ୍ତୀ ଆକଳନରୁ ଜଣାପଡ଼ିବ।
ସେହିପରି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଲଘୁଚାପ ୧୭ରେ ଅବପାତରେ ପରିଣତ ହୋଇ ୧୮ ତାରିଖ ସନ୍ଧ୍ୟା ଭିତରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା ପୁରୀଠାରୁ ଦୀଘା ମଧ୍ୟରେ ଉପକୂଳ ଛୁଇଁବ। ଯଦି ଏହା ପଶ୍ଚିମବଙ୍ଗ ମୁହାଁ ହୁଏ ତଥାପି ଓଡ଼ିଶା ଉପକୂଳରେ ସମାନ୍ତରାଳ ଭାବେ ଗତି କରିବା ହେତୁ ରାଜ୍ୟରେ ପ୍ରଭାବ ରହିବ। ୧୫ରେ ଦକ୍ଷିଣ ଉପକୂଳ ଓ ୧୬ରେ ସମସ୍ତ ଉପକୂଳରେ ପାଗ ପରିବର୍ତ୍ତନ ହେବ। ଆକାଶ ମେଘାଚ୍ଛନ୍ନ ରହିବା ସହିତ ବର୍ଷା ହେବ। ସମୁଦ୍ର ସଂଲଗ୍ନ ଅଞ୍ଚଳରେ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ବାଲେଶ୍ବରରେ ଏହି ସମୟରେ ଅତି ପ୍ରବଳ ବର୍ଷା ହେବ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories