www.samajalive.in
Monday, December 15, 2025
16.1 C
Bhubaneswar

ମନମୋହନ ସିଂହ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ : ସେପ୍ଟେମ୍ବର ୨୬ରେ ୮୯ ବର୍ଷରେ ପଦାର୍ପଣ କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହ ବୁଧବାର ସନ୍ଧ୍ୟାରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ତୁରନ୍ତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ହୃଦ୍‌ରୋଗ ବିଭାଗରେ ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଜାରି ରହିଥିବା ଓ ସେ ସୁସ୍ଥ ଥିବା ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି। ଅପରପକ୍ଷରେ କଂଗ୍ରେସ ପକ୍ଷରୁ ମନମୋହନ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଡାକ୍ତରଖାନା ଯାଇଥିବା କୁହାଯାଇଛି। ଗତ ବର୍ଷ ତାଙ୍କର ହୃଦ୍‌ ଚିକିତ୍ସା କରାଯାଇଥିଲା। ୨୦୦୯ରେ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ଦ୍ବାରା ତାଙ୍କର ‘ବାଇପାସ୍‌ ସର୍ଜରୀ’ କରାଯାଇଥିଲା। ଇତିମଧ୍ୟରେ ତାଙ୍କର ୫ ଥର ବାଇପାସ୍‌ ସର୍ଜରୀ ହୋଇ ସାରିଲାଣି। ମନମୋହନ ଗତ ଏପ୍ରିଲରେ କରୋନା ସଂକ୍ରମିତ ହୋଇଥିଲେ।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories