www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ସୃ‌ଷ୍ଟି ହେବ ଲଘୁଚାପ

ଉପକୂଳରୁ ବିଳମ୍ବରେ ଫେରିବ ମୌସୁମି, ସତର୍କ ରହିବାକୁ ଏସ୍‌ଆରସିଙ୍କ ପରାମର୍ଶ

ଭୁବନେଶ୍ବର : ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପହଞ୍ଚିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ। ବିଭାଗର ଆକଳନ କହୁଛି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଅଞ୍ଚଳର
କେତେକ ସ୍ଥାନ ଏବଂ ଅାଭ୍ୟନ୍ତରଣୀ ଓଡ଼ିଶାର ଅଳ୍ପ କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମୁଖ୍ୟତଃ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଏବଂ ଢେଙ୍କାନାଳ ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ସତର୍କ ସୂଚନା ଜାରି କରିଛି ବିଭାଗ। କିନ୍ତୁ ଲଘୁଚାପ ଜନିତ ବର୍ଷା ରାଜ୍ୟରେ ୧୫ ତାରିଖରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳ ଜିଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୬ ବେଳକୁ ବର୍ଷା ପରିମାଣ ବଢ଼ିବ। ଗଞ୍ଜାମ, ପୁରୀ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ୧୭ରେ ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ସତର୍କତାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତମାନେ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ (ଏସ୍‌ଆରସି) ପରାମର୍ଶ ଦେଇଛନ୍ତି।
ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ରାଜ୍ୟର ୧୧ ଜିଲାରୁ ଅପସାରିତ ହୋଇଥିବାବେଳେ ଉପକୂଳ ଓଡ଼ିଶାରୁ ଫେରିନାହିଁ। ସମୁଦ୍ରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିବା ଯୋଗୁଁ ସମୁଦ୍ର ଭିତରୁ ଓଡ଼ିଶା ମଧ୍ୟକୁ ଜଳୀୟବାଷ୍ପ ପ୍ରବେଶ କରୁଛି। ଏହାଦ୍ବାରା ଉପକୂଳବର୍ତ୍ତୀ ଜିଲାଗୁଡିକରୁ ମୌସୁମି ବାୟୁ ଫେରିବାରେ ବିଳମ୍ବ ହୋଇଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବ ସ୍ବାଭାବିକ ହେବା ପରେ ମୌସୁମି ପ୍ରତ୍ୟାବର୍ତ୍ତନ କରିବ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories