www.samajalive.in
Tuesday, December 9, 2025
17.1 C
Bhubaneswar

ଉତ୍ତରାଖଣ୍ଡରେ ବର୍ଷା ; ୫ ମୃତ

ଡେରାଡୁନ : ଉତ୍ତରାଖଣ୍ଡର ପାହାଡିଆ ଅଞ୍ଚଳରେ ବର୍ଷା ବିତ୍ପାତ ଜାରି ରହିଛି। ମଙ୍ଗଳବାର ସକାଳ ସମୟରେ ନୈନିତାଲ ଜିଲାର ଧାରୀ ବ୍ଲକ ଅନ୍ତର୍ଗତ ଚୌଖୁଟା ଗାଁରେ ବର୍ଷା ପ୍ରଭାବରେ ଶ୍ରମିକଙ୍କ ଘର ଉପରେ ରାସ୍ତାକଡରେ ଥିବା ସୁରକ୍ଷା ପ୍ରାଚୀର ଭୁଷୁଡି ପଡିଛି। ଏଥିରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାସହ ମାଟିତଳୁ ଜଣଙ୍କୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଉଦ୍ଧାରକାର୍ଯ୍ୟ ଏବେ ମଧ୍ୟ ଜାରି ରହିଛି। ସେହିପରି ଖେରନାରେ ଝୁମ୍ପୁଡି ଉପରେ ପଥର ଖସିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ଖବର ମିଳିଛି। ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ରାସ୍ତା ବନ୍ଦ ହୋଇ ରହିଥିବା ବେଳେ ରାସ୍ତା ଗୁଡିକୁ ସଠିକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ  ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories