www.samajalive.in
Saturday, December 13, 2025
17.1 C
Bhubaneswar

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ୫ ପର୍ଯ୍ୟଟକ, ଜଣେ ମୃତ

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଆଜି ୫ ଜଣ ପର୍ଯ୍ୟଟକ ଭାସି ଯାଇଛନ୍ତି। ସେଥିରୁ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଚାରି ଜଣଙ୍କୁ ଉଦ୍ଧାର କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ଆଜି ଏଭଳି ଅଘଟଣ ଘଟିଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି। ମୃତ ଦେହ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। କାଲି ପୂର୍ଣ୍ଣିମା ଥିବାରୁ ଆଜି ସମୁଦ୍ର ଅଶାନ୍ତ ଏବଂ ଅଧିକ ଜୁଆରିଆ ରହିଛି। ମୃତ ପର୍ଯ୍ୟଟକଙ୍କ ନାମ ଅନୁପମ ମଣ୍ଡଳ ଏବଂ ବୟସ ୧୬ ବୋଲି ପୋଲିସ ସୂଚନା ଦେଇଛି। ତାଙ୍କ ଘର ପଶ୍ଚିମବଙ୍ଗର ହାଓଡ଼ା ଅଞ୍ଚଳରେ ବୋଲି ଜଣା ପଡିଛି।

ଅନ୍ୟପକ୍ଷରେ ଏବେ ଆଉ ଜଣେ ପର୍ଯ୍ୟଟକ ଭାସି ଯାଇଥିବା ସୂଚନା ମିଳିଛି। ତାଙ୍କୁ ଉଦ୍ଧାର କରିବା ପାଇଁ ଲାଇଫ ଗାର୍ଡ ଉଦ୍ୟମ ଚଳାଇଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories