www.samajalive.in
Monday, December 8, 2025
17.1 C
Bhubaneswar

ମମିତା ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ ରାଜ୍ୟପାଳଙ୍କୁ କଂଗ୍ରେସର ସ୍ମାରକ ପତ୍ର

ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମହାଲିଙ୍ଗ ସନସାଇନ୍ ପ୍ଲବିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାର ସଂପୂର୍ଣ୍ଣ ଉଦାସୀନ । ଏହି ଘଟଣାରେ ସ୍କୁଲର ସଭାପତି ଗୋବିନ୍ଦ ସାହୁ ପୋଲିସ୍ ହେପାଜତରୁ ଫେରାର ହେବା ଓ ପୁଣି ଗିରଫ ହେବା, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସଂପୃକ୍ତି ଏହି ଘଟଣାକୁ ସନ୍ଦେହ ଘେରକୁ ଟାଣିନେଇଛି । ଏ ସଂପର୍କରେ ବୁଧବାର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି  ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦେଶରେ ପିସିସି ପକ୍ଷରୁ ପିସିସି ଉପସଭାପତି ତଥା କଂଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ଏକ ୮ ଜଣିଆ ପ୍ରତିନିଧି ମଣ୍ଡଳୀ ରାଜଭବନ ଠାରେ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିବାରୁ ଏବଂ ପ୍ରଶାସନର ଚାପ ଏଡାଇବା ନିମନ୍ତେ  ସୁପ୍ରିମ କୋର୍ଟଙ୍କ ତତ୍ୱାବଧାନରେ ସିବିଆଇ ତଦନ୍ତ କରାଯିବାକୁ କଂଗ୍ରେସ ଦଳ ଦାବି କରିଛି । ମନ୍ତ୍ରୀ  ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବରଖାସ୍ତ କରିବା ଓ ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିଲେ ପୀଡ଼ିତା ପରିବାର ନ୍ୟାୟ ପାଇପାରିବେ ବୋଲି ମାନ୍ୟବ ର ରାଜ୍ୟପାଳଙ୍କୁ ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ପ୍ରତିନିଧି ଦଳ ସ୍ମାରକପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି । ସମସ୍ତ ଘଟଣା ଶୁଣିବା ପରେ ରାଜ୍ୟପାଳ ଏ ସଂପର୍କରେ ବିହୀତ ପଦକ୍ଷେପ ନେବେ ବୋଲି ପ୍ରତିନିଧି ମଣ୍ଡଳୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଏହି କଂଗ୍ରେସ ପ୍ରତିନିଧି ମଣ୍ଡଳୀରେ ଅନ୍ୟମାନଙ୍କ ମଧ୍ୟରେ ପଂଚାନନ କାନୁନଗୋ, ବିଶ୍ୱଜିତ ଦାଶ, ମନୋରଞ୍ଜନ ଦାଶ, ସତ୍ୟ ପ୍ରକାଶ ନାୟକ, ୟାସିର ନୱାଜ, ଦୀପକ କୁମାର ମହାପାତ୍ର ଓ ପ୍ରତିମା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories