www.samajalive.in
Saturday, December 6, 2025
26.1 C
Bhubaneswar

ମୁମ୍ବଇର ଏକ ସୁଉଚ୍ଚ ଅଟ୍ଟାଳିକାର ୧୯ ମହଲାରେ ଅଗ୍ନିକାଣ୍ଡ

ମୁମ୍ବଇ : ମହାରାଷ୍ଟ୍ରର ରାଜଧାନୀ ମୁମ୍ବଇର ଏକ ସୁଉଚ୍ଚ ଅଟ୍ଟାଳିକାରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ମିଳିଛି। ଘଟଣା ବିଷୟରେ ଖବର ପାଇ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁୂ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଏହି ଘଟଣା ମୁମ୍ବଇର କରୀ ରୋଡ ଅଞ୍ଚଳରେ ମାଧବ ପଲବ ମାର୍ଗ ଅଞ୍ଚଳର। ଅଟ୍ଟାଳିକାର ୧୯ ତମ ମହଲାରେ ନିଆଁଲାଗିଛି। ଏହି ମହଲାରେ ଥିବା ଲୋକେ ବାଲକୋନିରେ ଲଟକି ରହିଥିଲେ ବୋଲି ସୂଚନା ମିଳିଛି। ଏଥିରେ ଧନଜୀବନ ହାନୀ ହୋଇଥିବା ନେଇ ଏଯାଏଁ କୌଣସି ସୂଚନା ମିଳିନାହିଁ।  ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ। ଏହି ବୃହତ୍ତ ଅଟ୍ଟାଳିକା ଟି ୬୦ ମହଲା ବିଶିଷ୍ଟ ବୋଲି ଜଣାପଡିଥିବା ବେଳେ ଏହାର ୧୯ ମହଲାରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ନେଇ ଏଯାଏଁ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories