www.samajalive.in
Monday, December 8, 2025
27.1 C
Bhubaneswar

ଗୋଦାବରୀଶ ମହାପାତ୍ରଙ୍କ ସ୍ଥାପିତ କୁମାର ପାଠାଗାରର ୧୧୦ ତମ ପ୍ରତିଷ୍ଠା ଦିବସ ପାଳିତ

କୁମାରାଙ୍ଗ: ବାଣପୁର ବ୍ଲକ କୁମାରାଙ୍ଗ ଶାସନରେ ନିଆଁଖୁଣ୍ଟା ଗୋଦାବରୀଶ ମହାପାତ୍ରଙ୍କ ଦ୍ୱାରା ୧୯୧୨ ମସିହାରେ ସ୍ଥାପିତ କୁମାର ପାଠାଗାରର ୧୧୦ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଅବସରରେ ଲୋକପ୍ରିୟ ବ୍ୟଙ୍ଗ ସାହିତ୍ୟିକ ସତ୍ୟନାଶ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ଅନ୍ୟ ଅତିଥିଗଣଙ୍କ ସହିତ କୁମାର ପାଠାଗାରର ବାର୍ଷିକ ମୁଖପତ୍ର ‘କୁମାର’ ର ୨୦୨୧ ସଂସ୍କରଣ ଉନ୍ମୋଚିତ କରିଥିଲେ ।
ଗ୍ରାମର ଯୁବକ ଯୁବତୀମାନେ ଗୋଦାବରୀଶ ମହାପାତ୍ରଙ୍କ କାଳଜୟୀ ରଚନା ଉଠ କଙ୍କାଳ .. ଛିଡୁ ଶୃଙ୍ଖଳ .. ଗାୟନ କରିବା ସହ ବୈଠକର ଶୁଭାରମ୍ଭ ହୋଇଥିଲା। ଏହି ଅବସରରେ ଗ୍ରାମରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ କ୍ରୀଡା ପ୍ରତିଯୋଗିତାର ବିଜେତା ମାନଙ୍କୁ ପୁରସ୍କୃତ କରାଯାଇଥିଲା ।
ସୂଚନାଯୋଗ୍ୟ ଯେ, ,୧୯୧୨ ମସିହାରେ କୁମାରାଙ୍ଗ ଶାସନ ଗ୍ରାମର ଦୁଇ ଜଣ ଦୂରଦ୍ରଷ୍ଟା ମହାପୁରୁଷ ସ୍ୱର୍ଗତ ଗୋଦାବରୀଶ ମହାପାତ୍ର (ନିଆଁଖୁଣ୍ଟା) ଓ ସ୍ୱର୍ଗତ ଜଗନ୍ନାଥ ମହାପାତ୍ର ଗାଁ ପିଲାମାନଙ୍କର ବୌଦ୍ଧିକ ବିକାଶ ପାଇଁ ଏହି ପାଠାଗାର ସ୍ଥାପନ କରିଥିଲେ ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories