www.samajalive.in
Sunday, December 7, 2025
13.1 C
Bhubaneswar

ମମିତା ମେହେର ହତ୍ୟା ମାମଲା; ପରିବାରକୁ ଭେଟିଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

କଣ୍ଟାବାଞ୍ଜି : କଳାହାଣ୍ଡି ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମୀନତି ବେହେରା ମମିତାଙ୍କ ଗାଁ ଝରଣୀରେ ପହଞ୍ଚିଛନ୍ତି । ମମିତାଙ୍କ ପରିବାରକୁ ଭେଟିଲେ ମହିଳା କମିଶନ ସହ ୪ ଜଣିଆ ଟିମ୍ । ଶୁକ୍ରବାର ମହିଳା ଆୟୋଗ ଅଧ୍ୟକ୍ଷା ମୀନତି ବେହେରା ବଲାଙ୍ଗୀର ଯାଇଥିଲେ। ସେଠାରେ ବଲାଙ୍ଗୀର ଏସ୍‌ପି ନିତିନ କୁଶଲକରଙ୍କୁ ଭେଟି ମାମଲାର ତଦନ୍ତ ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ ।

ବୈଠକରେ ଖୁବ୍‌ଶୀଘ୍ର ମାମଲାର ସବିଶେଷ ରିପୋର୍ଟ ଦାଖଲ କରିବେ ବୋଲି ଆୟୋଗ ଅଧ୍ୟକ୍ଷାଙ୍କୁ ବଲାଙ୍ଗୀର ଏସ୍‌ପି କହିଛନ୍ତି । ମମିତାଙ୍କ ପରିବାରକୁ ଭେଟିବା ପରେ କଳାହାଣ୍ଡି ଜିଲ୍ଲାକୁ ଯାଇ ଏସ୍‌ପିଙ୍କୁ ଭେଟି ପରିବାର ଲୋକଙ୍କ ସୁରକ୍ଷାର ବନ୍ଦୋବସ୍ତ ସମ୍ପର୍କରେ ପଚାରି ବୁଝିଥିଲେ । ସେଠାରୁ ମୃତଦେହ ମିଳିଥିବା କଳାହାଣ୍ଡି ମହାଲିଙ୍ଗ୍ ଷ୍ଟାଡିୟମ ଯିବାର କାର୍ୟ୍ୟକ୍ରମ ରହିଥିଲା । ସେଠାରେ ଅପରାଧ ସ୍ଥଳ ପରେ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରାଯିବାର କାର୍ୟ୍ୟକ୍ରମ ଥିବାର ସୂଚନା ପ୍ରାପ୍ତ ହୋଇଛି । ସେଠାରେ ଜିଲ୍ଲାପାଳ, ଏସ୍‌ପିଙ୍କ ସହ ଜିଲ୍ଲା ମଙ୍ଗଳ ଅଧିକାରୀ ଓ ମାମଲାର ତଦନ୍ତକାରୀ ଅଧିକାରୀଙ୍କ ସହ ଆଲୋଚନା କରାଯିବ । ଟିମ୍‌ରେ ମହିଳା ଆୟୋଗର ଅତିରିକ୍ତ ଏସପି ବିଜୟ ବାରୁଆ, ଇନ୍ସପେକ୍ଟର ସସ୍ମିତା ଦାସ, ଆଇନଗତ ଅଧିକାରୀ ଅରବିନ୍ଦ ପଟ୍ଟନାୟକ ସାମିଲ୍ ଅଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories