www.samajalive.in
Saturday, December 6, 2025
19.1 C
Bhubaneswar

ରାଜ୍ୟରେ ଆଉ ୪୨୫ ନୂଆ ଆକ୍ରାନ୍ତ ଚିହ୍ନଟ; ୩ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୪୯ ସ୍ଥାନୀୟ ସଂକ୍ରମିତ ୧୭୬ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୭୧ ଜଣ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି । ଅନୁଗୁଳ ଜିଲାରେ ୨, ବାଲେଶ୍ୱର ୧୫, ଭଦ୍ରକ ୧୧, କଟକ ୪୦, ଦେବଗଡ ୬, ଢେଙ୍କାନାଳ ୩, ଗଜପତି ୪ ଓ ଜଗତସିଂହପୁର ଜିଲାରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁରରେ ୧୧, ଝାରସୁଗୁଡା ୨, କେନ୍ଦ୍ରାପଡା ୩, କେନ୍ଦୁଝର ୧, ଖୋର୍ଦ୍ଧା ୨୧୧, କୋରାପୁଟ ୧, ମୟୁରଭଞ୍ଜରେ ୨୦ ଜଣ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଜିଲାରେ ୧, ନୟାଗଡା ୬, ନୂଆପଡା ୩, ପୁରୀ ୮, ରାୟଗଡା ୪, ସମ୍ବଲପୁର ୧୪, ସୋନପୁର ୧, ସୁନ୍ଦରଗଡ ୩ ଓ ଷ୍ଟେଟପୁଲରୁ ୪୫ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୪୧୦ ଜଣ ସୁସ୍ଥ ହୋଇଥିବାବେଳେ ସଂପ୍ରତି ରାଜ୍ୟରେ ୪୫୫୪ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଏହି ସମୟ ମଧ୍ୟରେ ଭଦ୍ରକ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories