www.samajalive.in
Sunday, December 7, 2025
26.1 C
Bhubaneswar

ଗୋଷ୍ଠୀ ଶିକ୍ଷା ଅନୁଷ୍ଠିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ଗୋଷ୍ଠି ଶିକ୍ଷା ଆରମ୍ଭ କରାଯାଇଛି । ଶିକ୍ଷା ବିଭାଗ ନିର୍ଦ୍ଦେଶରେ ପ୍ରତ୍ୟେକ ବିଦ୍ୟାଳୟ ଶିକ୍ଷକ ମାନେ ପ୍ରଥମ ଶ୍ରେଣୀ ଠାରୁ ସପ୍ତମ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କୁ ଗୋଷ୍ଠି ମାଧ୍ୟମରେ ଶିକ୍ଷା ଦେବାପାଇଁ କୁହାଯାଇଥିବା ବେଳେ ଜଗନ୍ନାଥ ପୁର ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପ୍ରତ୍ୟେକ ସାହି ସାହି ବୁଲି ସେହି ସାହିରେ ଥିବା ପ୍ରଥମରୁ ସପ୍ତମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ଏକତ୍ର କରି ଶିକ୍ଷା ଦେଉଥିବା ଦେଖିବାକୁ ମିଳିଛି । ଅଷ୍ଟମ, ନବମ, ଦଶମ ,ଏକାଦଶ ,ଦ୍ୱାଦଶ ଶ୍ରେଣୀ ଖୋଲା ଯାଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦିଆଯାଉଛି । ସରକାରଙ୍କ କୋଭିଡ ନିୟମ ଅନୁଯାୟୀ ସାମାଜିକ ଦୂରତା ରକ୍ଷା କରି ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦିଆଯାଉଛି । ସେହିପରି ଉକ୍ତ ବ୍ଲକର ପ୍ରତ୍ୟେକ ବିଦ୍ୟାଳୟରେ ମଧ୍ୟ ଗୋଷ୍ଠି ଶିକ୍ଷା କରାଯାଉଥିବା ଦେଖିବାକୁ ମିଳିଛି ।

Hot this week

ଆବଶ୍ୟକ ହେଲେ ପୀଡିତାଙ୍କୁ କରାଯିବ ଏୟାରଲିଫ୍ଟ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

Related Articles

Popular Categories