www.samajalive.in
Sunday, December 7, 2025
23.1 C
Bhubaneswar

ଦିଲ୍ଲୀର ପୁରୁଣା ସେମାପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ ; ୪ ମୃତ

ନୂଆଦିଲ୍ଲୀ : ଦିଲ୍ଲୀର ପୁରୁଣା ସେମାପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର ସକାଳେ ଏକ ତିନି ମହଲା କୋଠାରେ ଏହି ଅଗ୍ନିକାଣ୍ଡ ଘଟିଛି ବୋଲି ଦିଲ୍ଲୀ ପୁଲିସ ପକ୍ଷରୁ ଖବର ମିଳିଛି। ତେବେ ଅଗ୍ନିକାଣ୍ଡ କିପରି ଘଟିଛି ତାହା ଏପର୍ୟ୍ୟନ୍ତ ଜଣା ପଡିନାହିଁ। ବିଲ୍ଡିଂର ତୃତୀୟ ମହଲା କୋଠରୀରୁ ସମସ୍ତ ମୃତଦେହ ଜବତ କରିଥିବା ପୁଲିସ କହିଛି। ଦିଲ୍ଲୀ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ମଶାବତି କାରଣରୁ ସଭିଁଙ୍କ ମୃତ୍ୟୁ ଘଟିଛି ବୋଲି ଜଣାପଡିଥିବା ବେଳେ ନିଆଁ ବଡ ଧରଣର ହୋଇନଥିଲେ ମଧ୍ୟ ଧୂଆଁ ଯୋଗୁଁ ଶ୍ୱାସ ରୁଦ୍ଧ ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

- Advertisement -

ମଙ୍ଗଳବାର ଭୋର ୪ଟା ସମୟରେ ନିଆଁ ଲାଗିବା ନେଇ ପୁଲିସ ଓ ଅଗ୍ନିଶମ କର୍ମଚାରୀ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପୁଲିସ ଓ ଅନ୍ୟ ଅଧିକାରୀ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଘରର ତୃତୀୟ ମହଲାର ଏକ କୋଠରୀରେ ସମୁଦାୟ ଚାରିଟି ମୃତଦେହ ମିଳିଥିଲା। ସମସ୍ତ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଆବଶ୍ୟକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories