www.samajalive.in
Sunday, December 14, 2025
26.1 C
Bhubaneswar

ବିଶ୍ୱର ଦୃଷ୍ଟି ଆକର୍ଷଣ କରୁଛି ଭାରତ ତିଆରି ଜିଓଫୋନ ନେକ୍ସଟ

ମୁମ୍ବଇ: ଚଳିତ ସମୟର ଅନ୍ୟତମ ସର୍ବାଧିକ ପ୍ରତୀକ୍ଷିତ ଫୋନ ‘ଜିଓଫୋନ ନେକ୍ସଟ’ ଭାରତରେ ତିଆରି, ଭାରତ ପାଇଁ ତିଆରି ଏବଂ ଭାରତୀୟଙ୍କ ଦ୍ୱାରା ତିଆରି ହୋଇଛି । ଏହି ନୂଆ ଫୋନ ଭାରତକୁ ତାହାର ହୃଦୟ ମଧ୍ୟରେ ରଖି ଡିଜାଇନ କରାଯାଇଛି ଏବଂ ଏହା ବିଶ୍ୱସ୍ତରରେ ଦୃଷ୍ଟି ଆକର୍ଷଣ କରିବା ଆରମ୍ଭ କରିଛି । ଏହାର ପ୍ରଚାର ପ୍ରସାର ପାଇଁ ଜିଓ ପକ୍ଷରୁ ଏକ ବିଜ୍ଞାପନ ଭିଡିଓ ‘ମେକିଂ ଅଫ ଜିଓଫୋନ ନେକ୍ସଟ’ ଦର୍ଶକଙ୍କ ସମ୍ମୁଖକୁ ଆସିଛି । ସୂଚନାଯୋଗ୍ୟ ଯେ ମାତ୍ର ୫ ବର୍ଷ ମଧ୍ୟରେ ଜିଓ ଭାରତରେ ଘରେ ଘରେ ପରିଚିତ ଏକ ନାମ ହୋଇପାରିଛି । ୪୩୦ ନିୟୁତ ବ୍ୟବହାରକାରୀଙ୍କୁ ନେଇ ଏହାର ସେବା ସମସ୍ତ ଭୌଗୋଳିକ ଅଞ୍ଚଳ, ଅର୍ଥନୀତି ଏବଂ ସାମାଜିକ ବର୍ଗଙ୍କ ମଧ୍ୟରେ ପରିବ୍ୟାପ୍ତ ହୋଇଛି । ଜିଓଫୋନ ନେକ୍ସଟ ସହିତ ଜିଓ ଭାରତରେ ଡିଜିଟାଲ ସଂଯୋଗୀକରଣକୁ ସାର୍ବଜନୀନ କରିବା ଦିଗରେ ନିଜର ଲକ୍ଷ୍ୟକୁ ନେଇ ଅଗ୍ରସର ହେଉଛି । ପ୍ରତ୍ୟେକ ଭାରତୀୟ ଡିଜିଟାଲ ପ୍ରଯୁକ୍ତିରେ ସମାନ ସୁଯୋଗ ଏବଂ ସମାନ ବ୍ୟବହାର ସୁବିଧା ଯେଭଳି ପାଇପାରିବେ ତାହା ଜିଓଫୋନ ନେକ୍ସଟ ସୁନିଶ୍ଚିତ କରିବ । ଏହି ଭିଡିଓରେ ଜିଓଫୋନ ନେକ୍ସଟ କିଭଳି କୋଟି କୋଟି ସଂଖ୍ୟକ ଭାରତୀୟଙ୍କ ଜୀବନରେ ପରିବର୍ତ୍ତନ ଆଣିବାକୁ ଯାଉଛି ତାହା କୁହାଯାଇଛି ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories