www.samajalive.in
Saturday, December 13, 2025
14.1 C
Bhubaneswar

ମୋହନଗିରୀରେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳିତ

ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନ ତଥା ଭାରତର ସାଂସ୍କୃତିକ ବିବିଧତା, ପ୍ରତିବଦ୍ଧତା ତଥା ସାଂସ୍କୃତିକ ବୈଭବକୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ କ୍ଷେତ୍ର ଜନସଂପର୍କ କାର୍ଯ୍ୟାଳୟ ଭବାନୀପାଟଣା ଆନୁକୁଲ୍ୟରେ କଳାହାଣ୍ଡି ଜିଲ୍ଲାର ଦୁର୍ଗମ ଅଞ୍ଚଳ ମୋହନଗିରୀ ଧବଳେଶ୍ଵର ଜୁନିୟର କଲେଜ ପ୍ରାଙ୍ଗଣରେ ସ୍ୱାଧୀନତାର ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

- Advertisement -

କାର୍ଯ୍ୟକ୍ରମ ପ୍ରାରମ୍ଭରେ କଲେଜର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସ୍ଵାଧୀନତା ସଂଗ୍ରାମୀମାନଙ୍କ ବଳିଦାନ ସମ୍ପର୍କରେ ସ୍ଲୋଗାନ ଦେଇ ଏକ ପଦଯାତ୍ରା ମୋହନଗୀରି ପରିଭ୍ରମଣ କରିଥିଲା। ଏହି କାର୍ଯ୍ୟକ୍ରମକୁ ନର୍ଲା ବିଧାୟକ ଭୂପିନ୍ଦର ସିଂହ ଉଦଘାଟନ କରିଥିବା ବେଳେ ଟିଟଲାଗଡ ଡିଏଭି ସ୍ଵୟଂ ଶାସିତ କଲେଜର ପୂର୍ବତନ ଅଧ୍ୟକ୍ଷ ଶିବ ପ୍ରସାଦ ବେହେରା, କେସିଙ୍ଗା ମହାବିଦ୍ୟାଳୟର ଅଧ୍ୟାପକ ସୁଶାନ୍ତ କୁମାର ପାଢ଼ୀ, ଧବଳେଶ୍ଵର ମହାବିଦ୍ୟାଳୟର ଅଧ୍ୟକ୍ଷ ଧ୍ରୁବ ଚରଣ ଗାନ୍ଧୀ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ବିଭୁ ପୟର ପଟ୍ଟନାୟକ, ପରିଚାଳନା କମିଟି ସମ୍ପାଦକ ଶୁକଦେବ ସାହୁ ପ୍ରମୁଖ ଯୋଗଦେଇ ଭାରତୀୟ ସ୍ଵାଧୀନତା ସଂଗ୍ରାମ ଇତିହାସର ଘଟଣା ଯାହା ଆମକୁ ପ୍ରେରଣା ଓ ଶକ୍ତି ପ୍ରଦାନ କରିଥାଏ, ସେ ସମ୍ପର୍କରେ ଆଲୋକପାତ କରିବା ସହିତ କଳାହାଣ୍ଡି ଜିଲ୍ଲା ସମ୍ପର୍କରେ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସହିଦ ରେଣ୍ଡୋ ମାଝୀଙ୍କ ଅଣନାତି ଯୋଗେଶ୍ୱର ମାଝୀଙ୍କୁ କାର୍ଯ୍ୟାଳୟ ତରଫରୁ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଅମୃତ ମହୋତ୍ସବ ସମ୍ପର୍କରେ ବିଭିନ୍ନ ବକୃତା ତଥା ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀମାନଙ୍କୁ କାର୍ଯ୍ୟକ୍ରମରେ ପୁରସ୍କୃତ କରାଯାଇଥିଲା। ଏହା ସହିତ ସୂଚନା ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ସୁରସଂଗମ୍ କଳାକାରମାନଙ୍କ ଦ୍ବାରା ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଭାରତ ସରକାରଙ୍କ କ୍ଷେତ୍ର ଜନସଂପର୍କ ବ୍ୟୁରୋର ଅଧିକାରୀ ବିଷ୍ଣୁ ଚରଣ ସାହୁ ପରିଚାଳନା କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories