www.samajalive.in
Friday, December 12, 2025
15.1 C
Bhubaneswar

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସଚେତନତା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବାଙ୍କୀ: ବାଙ୍କୀ ବ୍ଲକ ଅନ୍ତର୍ଗତ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଆଶା କର୍ମୀମାନଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ପର୍କରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଉତ୍ତର ବାଙ୍କୀର ୭ ପଞ୍ଚାୟତରୁ ୩୩ ଜଣ ଆଶାଙ୍କୁ ଯୋଜନା ସମ୍ପର୍କରେ ବିଧିବଦ୍ଧ ପ୍ରଶିକ୍ଷଣ ଦିଆଯାଇ କିଭଳି ଘରକୁ ଘର ବୁଲି ପ୍ରଚାର ପତ୍ର ବଣ୍ଟନ, ଆଭିମୁଖ୍ୟ ପ୍ରଦାନ ସହିତ ଏହି ଯୋଜନାରେ ସମସ୍ତ ରେସନ କାର୍ଡଧାରୀ ଏବଂ ବି.ପି.ଏଲ୍‍ ପରିବାର କିଭଳି ଉପକୃତ ହେବେ ସେ ସମ୍ପର୍କରେ ଆଲୋକପାତ କରାଯାଇଛି।

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକ୍ଷକ ଅମରେଶ ସାହୁ, ବି.ପି.ଏମ୍‍ ସଂଗୀତା ଦାସ, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପ୍ରଦୀପ କୁମାର ସାହୁ, ସ୍ୱାସ୍ଥ୍ୟ ପରିଦର୍ଶକ ମାନଭଞ୍ଜନ ଦଳେଇ ପ୍ରମୁଖ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ସେହିପରି ବ୍ରହ୍ମପୁରା, କଳାପଥର, ବୈଦେଶ୍ୱର ଆଦି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ପରିଦର୍ଶକ ଏବଂ ଏ.ଏନ.ଏମ ଙ୍କ ଦ୍ୱାରା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ପର୍କରେ ଆଶାମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories