www.samajalive.in
Thursday, December 11, 2025
16.1 C
Bhubaneswar

ଜମ୍ମୁ-କାଶ୍ମୀରରେ ମିନି ବସ ଦୁର୍ଘଟଣା ; ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଜମ୍ମୁ : ଜାମ୍ମୁ କାଶ୍ମୀରର ଦୋଡା ଜିଲାର ଠାଠରୀରେ ଘାଇକୁ ଏକ ମିନି ବସ ଖସିପଡିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଏହାସହ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଏହି ଘଟଣାରେ ପ୍ରଥମେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି।

ସୂଚନା ପାଇବା ପରେ  ପୁଲିସ,ଉଦ୍ଧାରକାରୀ ଦଳ ଓ ଅଞ୍ଚଳବାସୀ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ସେନା କର୍ମଚାରୀଙ୍କ ସହ ମିଶି ଆହତମାନଙ୍କୁ ଖାଲରୁ ଜିଲ୍ଲା ଡାକ୍ତରଖାନାକୁ ନେଇଥିଲେ। ବର୍ତ୍ତମାନ ସମସ୍ତଙ୍କ ଅବସ୍ଥା ସ୍ଥିର ରହିଛି।
ଗୁରୁବାର ସକାଳେ, ଠାଠରୀ ଅଞ୍ଚଳରୁ ଜିଲ୍ଲା ମୁଖ୍ୟାଳୟ ଦୋଡାକୁ ଆସୁଥିବା  ମିନି ବସ ଆଠଟା ବେଳେ ସୁଇବାରି କରଡା ନିକଟରେ ଏକ ଖାଲରେ ଖସିପଡିଥିଲା।  ହଠାତ୍ ଚିତ୍କାର ପରେ ଆଖପାଖ ଗାଁରେ ରହୁଥିବା ଲୋକମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ।  ପୁଲିସ ଏବଂ ସେନାକୁ ସୂଚନା ଦିଆଯାଇଥିଲା। କିଛି ସମୟ ପରେ ସେନା କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗ୍ରାମବାସୀଙ୍କ ସହାୟତାରେ ସେ ଆହତମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିବା ଆରମ୍ଭ କରିଥିଲେ। ଘଟଣାସ୍ଥଳରୁ ଜିଲ୍ଲା ମୁଖ୍ୟାଳୟର ଦୂରତା ପ୍ରାୟ ଦଶ କିଲୋମିଟର। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପ୍ରଶାସନିକ ଅଧିକାରୀ, ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ ଆମ୍ବୁଲାନ୍ସ ଯୋଗେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସମସ୍ତ ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

- Advertisement -

ଠାଠରୀ, ଜାମ୍ମୁ କାଶ୍ମୀରରେ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ପିଏମଏନଆରଏଫ ତରଫରୁ, ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଥିବା ବେଳେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories