www.samajalive.in
Wednesday, December 10, 2025
23.1 C
Bhubaneswar

ମମିତା ହତ୍ୟାକାଣ୍ଡ ନେଇ ସାଂସଦ ଅପରାଜିତାଙ୍କ ପ୍ରଶ୍ନ ; ଘଟଣା ନେଇ ମୁଖ୍ୟମନ୍ତ୍ରୀ ଅବଗତ ଅଛନ୍ତି ତ?

ଭୁବନେଶ୍ୱର : କଳାହାଣ୍ଡିସ୍ଥିତ ସନସାଇନ ପବ୍ଲିକ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡକୁ ୨୧ ଦିନ ବିତିଗଲାଣି। ଏଭଳି ବୀଭତ୍ସ ହତ୍ୟାକାଣ୍ଡରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ନେଇ ରାଜ୍ୟବ୍ୟାପୀ ବିକ୍ଷୋଭ ଓ ଧାରଣାର ନିଆଁ ଜଳୁଛି। ଏହି ଘଟଣା‌େ‌ର ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରଶ୍ନ ଉଠାଇଛନ୍ତି।
ଗୁରୁବାର ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀଙ୍କୁ ନିଶାଣ କରି କହିଛନ୍ତି ଯେ, ରାଜ୍ୟ ଗୃହ ବିଭାଗର ମନ୍ତ୍ରୀ ଭାବେ ମୁଖ୍ୟମନ୍ତ୍ରୀ ଏଥିପାଇଁ ଦାୟୀ। ଏଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରାଜ୍ୟ ସରକାର ନିରବ ସାଜିଛନ୍ତି। ସରକାରର ମୁଖ୍ୟ ଭାବେ ମୁଖ୍ୟମନ୍ତ୍ରୀ ସମ୍ମୁଖକୁ ଆସି ନେତୃତ୍ୱ ନେବା କଥା; ହେଲେ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଏବେ ସୁଦ୍ଧା କାହିଁକି ମୁହଁ ଖୋଲିନାହାନ୍ତି ତାହା ବୁଝାପଡୁନାହିଁ। ମମିତା ହତ୍ୟାକାଣ୍ଡ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଅବଗତ ଅଛନ୍ତି ନା ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି।
ମମିତା ହତ୍ୟାକାଣ୍ଡରେ ତାଙ୍କ ସହଯୋଗୀ ତଥା ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସମ୍ପୃକ୍ତିକୁ ନେଇ ଥିବା ସାଧାରଣ ଜନତାଙ୍କ ଆକ୍ରୋଶ ହ୍ରାସ ପାଇଁ ମୁଖ୍ୟମନ୍ତ୍ରୀ ବୋଧେ ଚାହୁଁନାହାନ୍ତି ? ରାଜ୍ୟରେ ଆଇନକୁ ତା’ ନିଜ ବାଟରେ ଚାଲିବାକୁ କ’ଣ ସତରେ ଦିଆଯାଉଛି? ଏଭଳି ସ୍ପର୍ଶକାତର ଘଟଣାରେ ମୁଖ୍ୟମନ୍ତ୍ରୀ ସାମ୍ନାକୁ ଆସି ସ୍ପଷ୍ଟୀକରଣ ଦେବା ସହିତ ଘଟଣାର ତଦନ୍ତ ସିବିଆଇ ଦ୍ୱାରା କରାଇବାକୁ ଶ୍ରୀମତୀ ଷଡ଼ଙ୍ଗୀ ଦାବି କରିଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ନିର୍ଦେଶକ୍ରମେ ଘଟଣା ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଅନୁସନ୍ଧାନ ପାଇଁ ବିଜେପିର ଏକ ୩ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ ଶୁକ୍ରବାର ବଲାଙ୍ଗୀର ଜିଲା ଝରନୀ ଗ୍ରାମରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ପ୍ରତିନିଧି ଦଳରେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସଭାନେତ୍ରୀ ବନଥୀ ଶ୍ରୀନିବାସନ, ସାଂସଦ ସୁନୀତା ଦୁଗଲ ଏବଂ ବିଧାୟିକା ରୁପା ମିତ୍ର ଚୌଧୁରୀ ସାମିଲ ଅଛନ୍ତି। ଏହି ପ୍ରତିନିଧି ଦଳ ଦୀର୍ଘ ଏକ ୧ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଧରି ମମିତାଙ୍କ ପରିବାରର ସଦସ୍ୟଙ୍କ ସହ ଆଲୋଚନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏହା ପରେ ପ୍ରତିନିଧି ଦଳ ମହାଲିଙ୍ଗ ଯାଇ ଘଟଣାସ୍ଥଳ ଦେଖିବା ସହ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଥିଲେ। ଏହି ଘଟଣାରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସମ୍ପୃକ୍ତିର ଅଭିଯୋଗ ଆସୁଥିବାରୁ ଏବଂ ତଦନ୍ତ ପ୍ରକ୍ରିୟାକୁ ଚାପମୁକ୍ତ କରିବା ପାଇଁ ନୈତିକତା ଦୃଷ୍ଟିରୁ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ; ନଚେତ ମୁଖ୍ୟମନ୍ତ୍ରୀ ତୁରନ୍ତ ବହିଷ୍କାର କରନ୍ତୁ ବୋଲି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା ଶ୍ରୀନିବାସନ ଦାବି କରିଛନ୍ତି। ଏହି ଗସ୍ତରେ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ପୂର୍ବତନ ମନ୍ତ୍ରୀ କେ.ଭି ସିଂହଦେଓ, ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ପ୍ରମୁଖ ସାମିଲ ଥିଲେ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories