www.samajalive.in
Tuesday, December 9, 2025
16.1 C
Bhubaneswar

ଆଉଟସୋରସିଂ ସଂସ୍ଥା ତଥା ଚୁକ୍ତିଭିତ୍ତିରେ ନିୟୋଜିତ ବ୍ୟକ୍ତିଙ୍କ ପାରିଶ୍ରମିକ ୨୫ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।

ଆଉଟସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତି ମାନଙ୍କର ଇପିଏଫ ଓ ଇଏସ୍‌ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ। ଏହି ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ଏତଦ୍‌ ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories