www.samajalive.in
Monday, December 8, 2025
27.1 C
Bhubaneswar

ଅଟୋକୁ ଧକ୍କା ଦେଲା ଟ୍ରକ ; ୬ ମୃତ

ହାଇଦ୍ରାବାଦ : ଆନ୍ଧ୍ରପ୍ରଦେଶର ହାଇଦ୍ରାବାଦ-ବେଙ୍ଗାଲୁରୁ ରାଜପଥରେ ଏକ ଦୁର୍ଘଟଣା ଘଟିଛି। ଶୁକ୍ରବାର ସକାଳେ ଏକ ଅନିୟନ୍ତ୍ରିତ ଟ୍ରକ ପାମିଡି ମଣ୍ଡପରେ ଏକ ଅଟୋକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ଆଜି ଖବର ମିଳିଛି।  ମିଳିଥିବା ସୂଚନା ଅନୁଯାୟୀ, ଏକ ଅଟୋରେ ଶ୍ରମିକମାନେ ଅନନ୍ତପୁରର କ୍ଷେତରେ କାମ କରିବାକୁ ଯାଉଥିଲେ। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଅଟୋକୁ ପଛରୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଅନେକ ଲୋକ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଆହୁରି ମଧ୍ୟ ବୃଦ୍ଧି ପାଇପାରେ ବୋଲି ସନ୍ଦେହ କରାଯାଉଛି।  ଦୁର୍ଘଟଣା ପରେ ଚାଳକ ଓ ଟ୍ରକର ଅନ୍ୟ କର୍ମଚାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୁଲିସ ମୃତଦେହ ଉଦ୍ଧାର କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories