www.samajalive.in
Monday, December 15, 2025
16.1 C
Bhubaneswar

ଲୁଣିବାହାଲ ପଞ୍ଚାୟତର ନୂତନ କାର୍ୟ୍ୟାଳୟ ଉଦଘାଟିତ

ହରଭଙ୍ଗା:ହରଭଙ୍ଗା ବ୍ଲକ ଅନ୍ତର୍ଗତ ଲୁଣିବାହାଲ ଗ୍ରାମ ପଞ୍ଚାୟତର ନୂତନ କାର୍ଯ୍ୟଳୟ ଗୃହ ସମେତ ମିଶନ ଶକ୍ତି ଗୃହ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନ ଉତ୍ସବରେ ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ମୁଖ୍ୟଅତିଥି ଭାବେ ଯୋଗଦେଇ ଗ୍ରାମ ପଞ୍ଚାୟତର ଲୋକଙ୍କୁ ଉତ୍ତମ ସେବା ଯୋଗାଇବାରେ ଏହି ନୂତନ କାର୍ଯ୍ୟାଳୟ ସହାୟକ ହେବ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ର, ହରଭଙ୍ଗା ବ୍ଲକ ଗୋଷ୍ଠି ଉନୟନ ଅଧିକାରୀ ସ୍ମିତା ରଥ, ଜିଲାପରିଷଦ ଉପାଧ୍ୟକ୍ଷ ଅକ୍ରୁର ସେଠି, ହରଭଙ୍ଗା ବ୍ଲକ ଅଧ୍ୟକ୍ଷ ବିଶ୍ୱଜିତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଦୀର୍ଘ ସାତ ବର୍ଷ ହେଲା ଏହି କାର୍ଯ୍ୟାଳୟ ଅସମ୍ପୂର୍ଣ୍ଣ ଅବସ୍ଥାରେ ରହିଥିଲା। ଫଳରେ ଏହାକୁ ରାଜୀବ ଗାନ୍ଧୀ ସେବା କେନ୍ଦ୍ରର ଅସ୍ଥାୟୀ କାର୍ୟ୍ୟାଳୟ ଭାବେ ବ୍ୟବହାର କରାଯାଇଥିଲା।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories