www.samajalive.in
Wednesday, December 10, 2025
14.1 C
Bhubaneswar

ଆନ୍ତଃରାଜ୍ୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ନବରଙ୍ଗପୁର: ଜିଲା କ୍ରୀଡ଼ା ସଂଘ ଏବଂ ରାଜୀବ ଗାନ୍ଧୀ କ୍ଲବ ପକ୍ଷରୁ ତାରାଗାଁ ଫୁଟବଲ ପଡିଆ ଠାରେ ସ୍ବର୍ଗତ ଜନାଵ ହବିବୁଲ୍ଲା ଖାନ ଆନ୍ତଃ ରାଜ୍ୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଉତ୍ସବରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ଯୋଗ ଦେଇ ସ୍ବର୍ଗତ ହବିବୁଲ୍ଲା ଖାଁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନ, ଜିଲା କ୍ରୀଡ଼ା ସଂଘର ସମ୍ପାଦକ ପ୍ରହଲାଦ ତ୍ରିପାଠୀ, ଉପସଭାପତି ଏମ. ଵାଲା କୃଷ୍ଣା ରାଓ, ସହସମ୍ପାଦକ ମନୋଜ କୁମାର ପଟନାୟକ, କ୍ରିକେଟ ସମ୍ପାଦକ ଅଶୋକ ନାୟକ, ଉପଦେଷ୍ଟା ପ୍ରମୋଦ ପାଢ଼ୀ, ସମାଜସେବୀ ଜଗନ୍ନାଥ ମହାପାତ୍ର, ମଞ୍ଜୁଳା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ଛତିଶଗଡ଼, ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ବିଭିନ୍ନ ଦଳ ଅଂଶ ଗ୍ରହଣ କରିଛନ୍ତି। ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି।

ଉଦଘାଟନୀ ମ୍ୟାଚରେ ଉମରକୋଟ ଦଳ କୋରାପୁଟ ଦଳକୁ ୨-୦ ଗୋଲରେ ପରାସ୍ତ କରି ପରବର୍ତ୍ତୀ ପର୍ୟ୍ୟାୟରେ ପହଞ୍ଚିଛି। ଉକ୍ତ ଟୁର୍ଣ୍ଣାମେଣ୍ଟକୁ ଜିଲା କ୍ରୀଡ଼ା ସଂଘର ଉପସଭାପତି ତାରିକ ହାସନ ଖାନ ,ଶଶାଙ୍କ ଶେଖର ବେହେରା ଓ ରାଜୀବ ଗାନ୍ଧୀ କ୍ଲବର ସଦସ୍ୟ ମାନେ ସହଯୋଗ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories