www.samajalive.in
Saturday, December 13, 2025
18.1 C
Bhubaneswar

ବାହାରିବ ସୀମା, ଭାଷା ଓ ଜଳ ବିବାଦର ସମାଧାନ : ଧର୍ମେନ୍ଦ୍ର

ଭୁବନେଶ୍ବର : ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍ ଜଗନ ମୋହନ ରେଡ୍ଡୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ମଙ୍ଗଳବାର ହେବାକୁ ଥିବା ଆଲୋଚନା ମାଧ୍ୟମରେ ଦୁଇ ରାଜ୍ୟ ମଧ୍ୟରେ ଥିବା ସୀମା, ଭାଷା ଓ ଜଳ ବିବାଦର ଆପୋସ ସମାଧାନର ବାଟ ବାହାରିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି। ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ ଉଭୟ ରାଜ୍ୟର ସୀମା, ଭାଷା ଓ ଜଳ ବିବାଦ ଦୃଷ୍ଟିରୁ ଏହି ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ। ସେପ୍ଟେମ୍ବର ୨୨ରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ସୀମା ବିବାଦ ଏବଂ ଅକ୍ଟୋବର ପହିଲାରେ ଓଡ଼ିଆ ଭାଷାର ସୁରକ୍ଷା ପାଇଁ ପତ୍ର ଲେଖିଥଲେ। ପରବର୍ତ୍ତୀ ସମୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ସୀମା ବିବାଦ ବିଷୟରେ ଅବଗତ କରାଇଥିଲେ। ଗଣତନ୍ତ୍ରରେ ଆପୋସ ବୁଝାମଣା ଏବଂ ଆଲୋଚନା ମାଧ୍ୟମରେ ଅନେକ ବିବାଦର ସମାଧାନ ହୋଇପାରିଛି। ଦୁଇ ରାଜ୍ୟ ମଧ୍ୟରେ ସର୍ବୋଚ୍ଚ ରାଜନୈତିକ ସ୍ତରରେ ହେଉଥିବା ଆଲୋଚନା ମାଧ୍ୟମରେ ସୀମା, ଭାଷା ଓ ଜଳ ବିବାଦର ଆପୋସ ସମାଧାନର ବାଟ ବାହାରିବ ବୋଲି କେନ୍ଦ୍ରମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ଓଡିଶାବାସୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ଆନ୍ଧ୍ର ଏବଂ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଓ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ ଆୟୁକ୍ତଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବା ଲାଗି ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ସେପ୍ଟେମ୍ବର ୨୨ରେ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଥିଲେ। ସେହିପରି ଅକ୍ଟୋବର ପହିଲାରେ ମଧ୍ୟ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନ୍ୟ ଏକ ପୃଥକ ପତ୍ର ଲେଖି ଆନ୍ଧ୍ରପ୍ରଦେଶର ସୀମାନ୍ତବର୍ତ୍ତୀ ଗ୍ରାମ ଗୁଡ଼ିକରେ ଓଡିଆ ଭାଷାଭିତ୍ତିକ ଶିକ୍ଷା ସମ୍ବନ୍ଧୀୟ ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଥିଲେ। ବିଶେଷତଃ ଓଡ଼ିଶା, ଆନ୍ଧ୍ର ସୀମାରେ ଥିବା ଗାଁର ସଂଖ୍ୟାଲଘୁ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରନ୍ତୁ ଏବଂ ତ୍ୱରିତ ପଦକ୍ଷେପ ନେଇ ଉଭୟ ରାଜ୍ୟ ମଧ୍ୟରେ ଆପୋସ ବୁଝାମଣା କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଥିଲେ। ଏତଦବ୍ୟତୀତ ଅନେକ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଓଡ଼ିଶା ଓ ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ବ୍ୟକ୍ତିଗତ ସ୍ତରରେ ପଦକ୍ଷେପ ନେବା ପାଇଁ ବାରମ୍ବାର ଅନୁରୋଧ କରିଥିବା ଶ୍ରୀ ପ୍ରଧାନ କହିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories